ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୟରେ ସେ ଉନ୍ନୟନ କାର୍ଯ୍ୟର ଗୁଣବତ୍ତା ବଜାୟ ରଖିବା ସହ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଗୁଣବତ୍ତାରେ କିମ୍ବା ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷରେ ବିଳମ୍ବ ହେଲେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ପରୋକ୍ଷରେ ସୂଚାଇ ଦେଇଥିଲେ। ବିଭିନ୍ନ କାର୍ଯ୍ୟ ପରିଦର୍ଶନ ସମୟରେ ପ୍ରଥମେ ଜିଲାପାଳ ଭଞ୍ଜନଗର ସିଟି ସ୍କୁଲ ପରିସରରେ ହୋଇଥିବା ଗଞ୍ଜାମ ଲକ୍ଷ୍ୟ ନିକେତନ କେନ୍ଦ୍ର ପରିଦର୍ଶନ କରିଥିଲେ।
ସେଠାରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି ହେଉଥିବା ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହାପରେ ଡିହପଢ଼ାଳସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ, ଗ୍ରାମପଞ୍ଚାୟତ କାର୍ଯ୍ୟ ସାଧନା କେନ୍ଦ୍ର, ଗ୍ରାମୀଣ ବଜାର ଗୃହ, ଗାଲେରୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ଭଞ୍ଜନଗର ହାତିବନ୍ଧ ସ୍ମାର୍ଟ ପାର୍କ ପରିଦର୍ଶନ କରିଥିଲେ । ଏଥିସହ ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ରେ ହୋଇଥିବା କ୍ୟାଫେକ ୁ ଜିଲାପାଳ ୨ଟି ହ୍ବିଲ ଚେୟାର ପ୍ରଦାନ କରିଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ ଉପ ଜିଲାପାଳ ଉମାଶଙ୍କର ବେହେରା, ବିଡିଓ ଭାରତୀ ଦେବୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri