ଉନ୍ନୟନ ବିଭାଗ ଅଧୀନରୁ ହଟିପାରେ ବିଏମ୍‌ସି ହସ୍ପିଟାଲ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଉନ୍ନୟନ ବିଭାଗ ଅଧୀନରୁ କଢାଯାଇପାରେ ରାଜଧାନୀର ଅନ୍ୟତମ ପୁରାତନ ତଥା ପ୍ରମୁଖ ହସ୍ପିଟାଲ ଭୁବନେଶ୍ୱର ମହାନଗର ନିଗମ ବା ବିଏମ୍‌ସି ହସ୍‌ପିଟାଲର ପରିଚାଳନା ଦାୟିତ୍ୱ। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବିଏମ୍‌ସି ହସ୍ପିଟାଲ ସମସ୍ୟା ସଂକ୍ରାନ୍ତରେ ବିଜ୍ଞାନ ଓ କାରିଗରି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ପରିଚାଳନାରେ ଅବହେଳା ତଥା ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ହସ୍ପିଟାଲ ଦାୟିତ୍ୱ ସ୍ବାସ୍ଥ୍ୟ ବିଭାଗ ନେବା ଉପରେ ଗୁରୁତ୍ୱ ପ୍ରକାଶ ପାଇଛି।
ବୈଠକରେ ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର-ଉତ୍ତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ରହି ହସ୍ପିଟାଲର ସମସ୍ୟା ବାବଦରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଏହି ହସ୍ପିଟାଲର ବହିର୍ବିଭାଗକୁ ଦୈନିକ ୧ ହଜାରରୁ ଊର୍ଦ୍ଧ୍ୱ ରୋଗୀ ଆସୁଥିବାବେଳେ ଡାକ୍ତର ଅଭାବ ଯୋଗୁ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆସିଷ୍ଟାଣ୍ଟ ସର୍ଜନ, ଶଲ୍ୟ ଚିକିତ୍ସା ବିଶେଷଜ୍ଞ, ନିଶ୍ଚେତକ ବିଶେଷଜ୍ଞ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ନ ଥିବାରୁ ଗୁରୁତର ସମସ୍ୟା ଉପୁଜୁଛି। ସେହିଭଳି ଅସ୍ତ୍ରୋପଚାର କକ୍ଷ ନିମନ୍ତେ ଆବଶ୍ୟକ ଆସବାବପତ୍ର ଏଠାରେ ନାହିଁ। ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ ଆହୁରି ଖରାପ। ଏଭଳିସ୍ଥଳେ ସାଧାରଣ ରୋଗୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ହସ୍ପିଟାଲ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଥିଲା।
ଏହାପରେ ବିଏମ୍‌ସି ହସ୍‌ପିଟାଲର ପରିଚାଳନା ଦାୟିତ୍ୱ ନଗର ଉନ୍ନୟନ ବିଭାଗରୁ କାଢ଼ି ସ୍ବାସ୍ଥ୍ୟ ବିଭାଗକୁ ପ୍ରଦାନ କରାଗଲେ ଏହି ଚିକିତ୍ସାଳୟର ପ୍ରତ୍ୟକ୍ଷ ପରିଚାଳନା ସହଜ ହେବାସହ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଉପରେ ପଡ଼ୁଥିବା ଭାର ଲାଘବ ହୋଇପାରିବ ବୋଲି ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି। ଭୁବନେଶ୍ୱର ମହାନଗର ଅଞ୍ଚଳରେ ରହିଥିବା ୨୨ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ତିନୋଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଂପର୍କରେ ମଧ୍ୟ ମନ୍ତ୍ରୀ ଏହି ଅବସରରେ ଆଲୋଚନା କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଦାସ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହିତ ଆନୁଷଙ୍ଗିକ ସମସ୍ୟାକୁ ଦୂର କରିବାକୁ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଓ ବିଏମ୍‌ସି ହସ୍‌ପିଟାଲ୍‌ର ମୁଖ୍ୟ ଚିକିତ୍ସାଧିକାରୀ ଡ. ଗଣେଶ ପ୍ରସାଦ ଦାସ ଚିକିତ୍ସାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?