ଉପକୂଳବର୍ତ୍ତୀ ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ,୧୩ା୬: ଆସନ୍ତା ୧୯ ତାରିଖରେ ପୁରୀ ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ମକ୍‌ଡ୍ରିଲ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଓସ୍‌ୱାନ ସମ୍ମିଳନୀ କକ୍ଷରେ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ବିଡିିଓ, ତହସିଲଦାର ଏବଂ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ। ଜିଲାର ୧୧୮ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ସମେତ ପ୍ରତି ବ୍ଲକରେ ଏହି ପ୍ରତୀକ ପ୍ରସ୍ତୁତି ଆୟୋଜନ ହେବ। ଏଥିରେ ସରକାରୀ ଅଧିକାରୀ, ଶିକ୍ଷୟିତ୍ରୀ ଶିକ୍ଷକ, ଆପଦମିତ୍ର, ଆଶାକର୍ମୀ, ସ୍ଥାନୀୟ ଲୋକପ୍ରତିନିଧି, ବେସରକାରୀ ସଂସ୍ଥା ସଦସ୍ୟ ପ୍ରମୁଖ ଯୋଗଦେବେ। ଏହି ପ୍ରତୀକ ପ୍ରସ୍ତୁତି ସମୟରେ ସମସ୍ତେ ମାସ୍କ ବ୍ୟବହାର ସହ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ସମ୍ପୃକ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କୁହାଯାଇଛି। ଜିଲାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ ଭଳି ଉପକୂଳବର୍ତ୍ତୀ ବ୍ଲକର ୮୮ଟି ଗଁ। ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ବିପର୍ଯ୍ୟୟ ପୂର୍ବରୁ ପ୍ରସ୍ତୁତ ରହି ଏହାର ସଫଳ ମୁକାବିଲା ନିମନ୍ତେ ସଚେତନତା ବାର୍ତ୍ତା ପ୍ରଦାନ କରାଯିବ। ଏହି ବୈଠକରେ ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ ନିର୍ଦ୍ଦେଶକ ସୌନ୍ଦର୍ଯ୍ୟ ମଞ୍ଜରୀ ଦାସ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନୀଳକଣ୍ଠ ମିଶ୍ର, ଜିଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ଜିଲା ଜରୁରିକାଳୀନ ଅଧିକାରୀ ଇତିଶ୍ରୀ ନାୟକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ, ସହାୟକ ଅଗ୍ନିଶମ ଅଧିକାରୀ ପ୍ରଦୀପ କୁମାର ରାଉତ, ସଂଯୋଜକ ସୁମନ୍ତ କୁମାର ଦାଶ, ଜିଲା ଇ-ଗଭର୍ନାନ୍ସ ମ୍ୟାନେଜର ପୀୟୂଷ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri