ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ୨୩ ସେପ୍ଟେମ୍ବର ରାତି ସୁଦ୍ଧା କଳିଙ୍ଗପଟ୍ଟଣମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଏହା ଅତିକ୍ରମ କରିବାର ସମ୍ଭାବନା ରହିଛି।

ବୁଧବାର ସକାଳର IMD ସୂଚନା ଅନୁସାରେ, ଗତ ୬ ଘଣ୍ଟାରେ ଡିପ ଡିପ୍ରେସନ ପ୍ରାୟ ୭ କିଲୋମିଟର ପ୍ରତିଘଣ୍ଟା ବେଗରେ ପଶ୍ଚିମ ଦିଗକୁ ଗତି କରିଥିଲା। ଏହା କଳିଙ୍ଗପଟ୍ଟଣମଠାରୁ ପ୍ରାୟ ୧୦୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବ, ଗୋପାଳପୁରଠାରୁ ୧୫୦ କିଲୋମିଟର ଦକ୍ଷିଣ ଏବଂ ପୁରୀଠାରୁ ପ୍ରାୟ ୨୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମରେ ରହିଥିଲା।

ଡିପ ଡିପ୍ରେସନର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳ ଜିଲାଗୁଡ଼ିକରେ ବର୍ଷା ଜାରି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପବନର ବେଗ ମଧ୍ୟ ବଢ଼ିବା ସହ ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ହେବାର ସତର୍କତା ରହିଛି। ଓଡ଼ିଶାର ସମସ୍ତ ବନ୍ଦରରେ ଲୋକାଲ କସନାରି ସିଗନାଲ ନମ୍ବର-୩ ଜାରି ରଖାଯାଇଛି।

ବର୍ଷା ଯୋଗୁ ନଦୀ, ଜଳାଶୟ ଓ ଡ୍ୟାମର ଜଳସ୍ତର ବଢ଼ିବା ସହ ତଳିଆ ଅଞ୍ଚଳରେ ଜଳବନ୍ଦୀ କିମ୍ବା ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରିଲିଫ ଓ ଉଦ୍ଧାର ପ୍ରସ୍ତୁତି ଆରମ୍ଭ କରାଯାଇଛି।

ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପ୍ରଶାସନକୁ ସତର୍କ କରାଯାଇଛି। ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ନିର୍ଦ୍ଦେଶ ରହିଛି। ଆପତ୍କାଳୀନ ସେବା, ସ୍ବାସ୍ଥ୍ୟ ବିଭାଗ ଓ ଦୁର୍ଯୋଗ ପରିଚାଳନା ଟିମକୁ ମଧ୍ୟ ସଜାଗ ରଖାଯାଇଛି।

ଭାରୀ ବର୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାର କିଛି ଜିଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖାଯାଇଛି। ଲଗାତାର ବର୍ଷା ହେଉଥିବା ଅଞ୍ଚଳରେ ନଦୀ ଜଳସ୍ତର ବୃଦ୍ଧି ଓ ତଳିଆ ଅଞ୍ଚଳରେ ପାଣି ପଶିବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି।

ଏହି ପାଣିପାଗ ପ୍ରଣାଳୀକୁ ନେଇ ‘ଅର୍ଣ୍ଣବ’ ନାମର ସାଇକେ୍‌ଲାନ୍‌ ହେବା ନେଇ ଚର୍ଚ୍ଚା ଚାଲିଥିଲେ ମଧ୍ୟ ବର୍ତ୍ତମାନ IMDର ଅଧିକୃତ ବୁଲେଟିନରେ ଏହାକୁ ଡିପ ଡିପ୍ରେସନ ଭାବେ ହିଁ ଦର୍ଶାଯାଇଛି। ତେଣୁ ଏହି ସମୟରେ ଏହାକୁ ସାଇକେ୍‌ଲାନ୍‌ ବୋଲି ନିଶ୍ଚିତ ଭାବେ କହିବା ଠିକ ହେବ ନାହିଁ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ IMD ପକ୍ଷରୁ ସତର୍କ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?