ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି, ଅଂଶଗ୍ରହଣକରିବେ ୩୨ ପରେଡ ଦଳ

ଅମରପାଲି, ୨୩।୭(ଡି.ଏନ.ଏ.)
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରସ୍ଥିତ ମୈତ୍ରିସଦନଠାରେ ସୋମବାର ଅପରାହ୍ନରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଉପଜିଲାପାଳ ସୁବ୍ରତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ତହସିଲଦାର ଖଦାଳ ପାତ୍ର, ଏସଡିପିଓ ଧିରୋଜ ଚୌପଦାର, ଆରଓ ଅମୂଲ୍ୟ ସାହୁ ଓ ବୀରମହାରାଜପୁର ସୂଚନା ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତୀ ପଣ୍ଡା ମଞ୍ଚାସୀନ ଥିଲେ । ଆଗାମୀ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସରେ ୩୨ଟି ପରେଡ ଦଳ ଅଂଶଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଉକ୍ତ ଦଳଗୁଡିକ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ତିନିଦିନ ଧରି ପରେଡ ଅଭ୍ୟାସ କରିବେ। ଏଥିପାଇଁ ପୂର୍ବରୁ ଉପଖଣ୍ଡର ସ୍କୁଲ ଓ କଲେଜର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତର୍କ, କୁଇଜ, ରଙ୍ଗୋଲି ଆଦି ପ୍ରତିଯୋଗିତା କରାଯିବ। ସେମାନଙ୍କୁ ସ୍ବାଧୀନତା ଦିବସ ଦିବସରେ ପୁରସ୍କୃତ କରାଯିବ। ଏହା ସହିତ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଜଣେ ଛାତ୍ରୀ ଓ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏଥି ସହିତ ପରେଡରେ ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଥିବା ଦଳଗୁଡିକୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏଠାରେ ସ୍ଥାନୀୟ ଉପଜିଲାପାଳ ପତାକା ଉତ୍ତୋଳନ କରିବା ସହିତ ମିଳିତ ପରେଡରେ ଅଭିଭାବକ ଗ୍ରହଣ କରିବେ ବୋଲି ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଚାଳନା ପାଇଁ ସମସ୍ତ ସ୍କୁଲ ଓ କଲେଜର ଖେଳ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷକ ସହଯୋଗ କରିବେ। ଏହା ସହିତ ସମସ୍ତ ବିଭାଗୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିବେ। ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉପଖଣ୍ଡୀୟ ସାମ୍ବାଦିକ ସଂଘ ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରୀ, ଶିକ୍ଷାବିତ ଭୂଷଣ ପାତ୍ର, ପୂର୍ବତନ ଡିଏଲସି ଡ. ପ୍ରଫୁଲ୍ଲ ପାତ୍ର, ଆଇଆଇସି ପ୍ରଭା ଧନ, ଏବିଓ ବାର୍ଣ୍ଣା ଡୁଙ୍ଗଡୁଙ୍ଗ, ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ, ସାମାଜିକ ସୁରକ୍ଷା ଅଧିକାରୀ କ୍ଷୀରୋଦ ଭୂଷଣ ରାୟଙ୍କ ସମେତ ଶିକ୍ଷୟିତ୍ରୀ, ଶିକ୍ଷକ ଓ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri