ଉପଖଣ୍ଡ ରାଜସ୍ବ ସମୀକ୍ଷା ବୈଠକ , ପଟ୍ଟା ଦେବାରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୯ା୬(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ ଅଧ୍ୟକ୍ଷତା କରିଥିଲେ। ଜମିର କିସମ ପରିବର୍ତ୍ତନ ପାଇଁ ମ୍ୟୁଟେଶନ ମାମଲାର ତଦନ୍ତ କରି ଫଇସଲା କରିବା କାମ ଆସନ୍ତା ୧୫ ଦିନ ମଧ୍ୟରେ ସାରିବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଖିଲାପ କଲେ ସମ୍ପୃକ୍ତ ତହସିଲଦାର ଓ ରାଜସ୍ବ ନିରୀକ୍ଷକମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା। ଯେଉଁ ବାଲି, ପଥର ସଇରାତର ଲିଜ୍‌ ଅବଧି ସରିବ ସେଗୁଡିକର ପୁଣି ଲିଜ୍‌ ପାଇଁ ପଦକ୍ଷେପ ନେବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ କଣ୍ଟକ ପଟ୍ଟା ଓ ବସୁନ୍ଧରା ଯୋଜନାରେ ବାସହୀନଙ୍କୁ ପଟ୍ଟା ପ୍ରଦାନ ପାଇଁ କୁହାଯାଇଛି। ଏଥିସହ ଜଙ୍ଗଲ ଜମି ଅଧିକାର ଆଇନ୍‌ ବଳରେ ପଟ୍ଟା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଉପଖଣ୍ଡ ଅଧିନ ଖଲ୍ଲିକୋଟ, ପୁରୁଷୋତ୍ତମପୁର ଓ ବେଗୁନିଆପଡା ତହସିଲ ଅଧିନରେ ୫୩ ଟି ପଟ୍ଟା ହିତାଧିକାରୀଙ୍କୁ ଦେବା ପାଇଁ ବାକି ରହିଛି। ଏହାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର (ରାଜସ୍ବ) ଦିବ୍ୟଲୋଚନ ମହନ୍ତଙ୍କ ସମେତ ତହସିଲଦାର ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri