ଉପଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଛେଣ୍ଡିପଦା,୧ା୮(ସ୍ବ.ପ୍ର) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହା ଗ୍ରାମକୁ ୧୫ ଦିନ ହେବ ଯାତାୟାତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ଗ୍ରାମବାସୀ ଅସୁବିଧା ଭୋଗୁଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମବାସୀ ବୁଧବାର ଛେଣ୍ଡିପଦା ତହସିଲ କାର୍ଯ୍ୟାଳୟରେ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଅଭିଯୋଗ ମୁତାବକ, ବରମଳିହାର ଗ୍ରାମବାସୀ ଗ୍ରାମ ନିକଟରେ ଥିବା ପଡିଆ ଦେଇ ଯାତାୟାତ କରୁଥିଲେ। ବର୍ତ୍ତମାନ ପଡିଆ ପଡିଥିବା ଜମିର ମାଲିକମାନେ କଣ୍ଟାବାଡ ଦେଇ ରାସ୍ତାଟିକୁ ବନ୍ଦ କରିଦେଇଛନ୍ତି। ଫଳରେ ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ରୋଗୀଙ୍କୁ ଡାକ୍ତରଖାନା ନେବା ଆଣିବାରେ ଅସୁବିଧା ହେଉଛି। ଏ ନେଇ ଗ୍ରାମବାସୀ ଛେଣ୍ଡିପଦା ଥାନା ଓ ଛେଣ୍ଡିପଦା ତହସିଲଦାରଙ୍କ ନିକଟରେ ଗ୍ରାମକୁ ତୁରନ୍ତ ରାସ୍ତା ବ୍ୟବସ୍ଥା କରିବା ନିମନ୍ତେ ଜୁଲାଇ ୧୮ରେ ଅଭିଯୋଗ କରିଥିଲେ। ପରେ ପ୍ରଶାସନ ପକ୍ଷରୁ ସରକାରୀ ଜମି ଚିହ୍ନଟ ମଧ୍ୟ କରାଯାଇଥିଲା। ଚିହ୍ନଟକୁ ୧୦ଦିନ ବିତିଯାଇଥିଲେ ମଧ୍ୟ ଗ୍ରାମକୁ ଯିବା ଆସିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନାହିଁ। ଏ ନେଇ ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମକୁ ତୁରନ୍ତ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଅଗଷ୍ଟ ସୁଦ୍ଧା ଗ୍ରାମକୁ ସବୁଦିନିଆ ରାସ୍ତାର ବ୍ୟବସ୍ଥା କରାଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେବାପରେ ଗ୍ରାମବାସୀ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri