ଉପଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଛେଣ୍ଡିପଦା,୧ା୮(ସ୍ବ.ପ୍ର) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହା ଗ୍ରାମକୁ ୧୫ ଦିନ ହେବ ଯାତାୟାତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ଗ୍ରାମବାସୀ ଅସୁବିଧା ଭୋଗୁଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମବାସୀ ବୁଧବାର ଛେଣ୍ଡିପଦା ତହସିଲ କାର୍ଯ୍ୟାଳୟରେ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଅଭିଯୋଗ ମୁତାବକ, ବରମଳିହାର ଗ୍ରାମବାସୀ ଗ୍ରାମ ନିକଟରେ ଥିବା ପଡିଆ ଦେଇ ଯାତାୟାତ କରୁଥିଲେ। ବର୍ତ୍ତମାନ ପଡିଆ ପଡିଥିବା ଜମିର ମାଲିକମାନେ କଣ୍ଟାବାଡ ଦେଇ ରାସ୍ତାଟିକୁ ବନ୍ଦ କରିଦେଇଛନ୍ତି। ଫଳରେ ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ରୋଗୀଙ୍କୁ ଡାକ୍ତରଖାନା ନେବା ଆଣିବାରେ ଅସୁବିଧା ହେଉଛି। ଏ ନେଇ ଗ୍ରାମବାସୀ ଛେଣ୍ଡିପଦା ଥାନା ଓ ଛେଣ୍ଡିପଦା ତହସିଲଦାରଙ୍କ ନିକଟରେ ଗ୍ରାମକୁ ତୁରନ୍ତ ରାସ୍ତା ବ୍ୟବସ୍ଥା କରିବା ନିମନ୍ତେ ଜୁଲାଇ ୧୮ରେ ଅଭିଯୋଗ କରିଥିଲେ। ପରେ ପ୍ରଶାସନ ପକ୍ଷରୁ ସରକାରୀ ଜମି ଚିହ୍ନଟ ମଧ୍ୟ କରାଯାଇଥିଲା। ଚିହ୍ନଟକୁ ୧୦ଦିନ ବିତିଯାଇଥିଲେ ମଧ୍ୟ ଗ୍ରାମକୁ ଯିବା ଆସିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନାହିଁ। ଏ ନେଇ ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମକୁ ତୁରନ୍ତ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଅଗଷ୍ଟ ସୁଦ୍ଧା ଗ୍ରାମକୁ ସବୁଦିନିଆ ରାସ୍ତାର ବ୍ୟବସ୍ଥା କରାଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେବାପରେ ଗ୍ରାମବାସୀ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri