ଉପଜିଲାପାଳଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ

ବଇଣ୍ଡା,୮।୯ (ଡି.ଏନ.ଏ.) – ଆଠମଲ୍ଲିକ ଉପଜିଲାପାଳ ରଜନୀକାନ୍ତ ବିଶ୍ୱାଳ ଶନିବାର ଅଚାନକ କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ଗୋରାତୋପା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ସହାୟିକା ଉପସ୍ଥିତ ଥିବାବେଳେ ଅଙ୍ଗନଓ୍ବାଡ଼ି ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିଲେ। ବର୍ଷା ଯୋଗୁ କୌଣସି ଛାତ୍ରୀଛାତ୍ର ଆସି ନ ଥିବାବେଳେ ପିଲାଙ୍କ ପାଇଁ ଥିବା ଖାଦ୍ୟ ସାମଗ୍ରୀ ଗୁଡ଼ିକ ଯାଞ୍ଚ କରିଥିଲେ। ଅଧଘଣ୍ଟା ଧରି ସେଠାରେ ଥିଲେ ମଧ୍ୟ ଅଙ୍ଗନଓ୍ବାଡ଼ି କର୍ମୀ ଆସି ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ପରେ ରଣିଆକଟା ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଯାଇ ଛାତ୍ରୀଛାତ୍ରଙ୍କ ପାଠପଢା ସମ୍ପର୍କରେ ପଚାରି ବୁଝିଥିଲେ। ୪ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ଓ ନଳକୂପରୁ ଲୌହ ଗୁଣ୍ଡ ବାହାରୁଥିବା ନେଇ ଛାତ୍ରୀଛାତ୍ରମାନେ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତୁରନ୍ତ ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟା ଗୁଡ଼ିକ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇ ସମାଧାନ କରାଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଥିଲେ।
ଏହାପରେ ଉପଜିଲାପାଳ ରଜନୀକାନ୍ତ କସ୍ତୁରୀବାହାଳ ଗ୍ରାମରେ ଖାଉଟି ସାମଗ୍ରୀ କେନ୍ଦ୍ରକୁ ପରିଦର୍ଶନ କରି ଓଜନ ମାପ ଯନ୍ତ୍ର ସହ ଖାଉଟିଙ୍କୁ ଦିଆଯାଉଥିବା ସାମଗ୍ରୀ ଗୁଡ଼ିକୁ ଯାଞ୍ଚ କରିଥିଲେ। ପରେ ଗ୍ରାମର ଅଙ୍ଗନଓ୍ବାଡି କେନ୍ଦ୍ର, ଝାମ୍ପୁଲି ଅଙ୍ଗନଓ୍ବାଡି କେନ୍ଦ୍ର, ଦୋହଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ମଧ୍ୟାହ୍ନଭୋଜନ ଯାଞ୍ଚ କରିଥିଲେ। ସେହିପରି କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନରେ ଯାଇ ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଡାକ୍ତର ଅଭାବ ଯୋଗୁ ରୋଗୀମାନେ ଚିକିତ୍ସା ପାଇପାରୁ ନ ଥିବା ରୋଗୀମାନେ ଅଭିଯୋଗ କରିଥିଲେ। ପରେ କିଶୋରନଗର ବ୍ଲକ ଓ ତହସିଲ କାର୍ଯ୍ୟାଳୟକୁ ଯାଇ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri