ଉପଜିଲାପାଳଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ

ବଇଣ୍ଡା,୮।୯ (ଡି.ଏନ.ଏ.) – ଆଠମଲ୍ଲିକ ଉପଜିଲାପାଳ ରଜନୀକାନ୍ତ ବିଶ୍ୱାଳ ଶନିବାର ଅଚାନକ କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ଗୋରାତୋପା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ସହାୟିକା ଉପସ୍ଥିତ ଥିବାବେଳେ ଅଙ୍ଗନଓ୍ବାଡ଼ି ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିଲେ। ବର୍ଷା ଯୋଗୁ କୌଣସି ଛାତ୍ରୀଛାତ୍ର ଆସି ନ ଥିବାବେଳେ ପିଲାଙ୍କ ପାଇଁ ଥିବା ଖାଦ୍ୟ ସାମଗ୍ରୀ ଗୁଡ଼ିକ ଯାଞ୍ଚ କରିଥିଲେ। ଅଧଘଣ୍ଟା ଧରି ସେଠାରେ ଥିଲେ ମଧ୍ୟ ଅଙ୍ଗନଓ୍ବାଡ଼ି କର୍ମୀ ଆସି ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ପରେ ରଣିଆକଟା ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଯାଇ ଛାତ୍ରୀଛାତ୍ରଙ୍କ ପାଠପଢା ସମ୍ପର୍କରେ ପଚାରି ବୁଝିଥିଲେ। ୪ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ଓ ନଳକୂପରୁ ଲୌହ ଗୁଣ୍ଡ ବାହାରୁଥିବା ନେଇ ଛାତ୍ରୀଛାତ୍ରମାନେ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତୁରନ୍ତ ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟା ଗୁଡ଼ିକ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇ ସମାଧାନ କରାଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଥିଲେ।
ଏହାପରେ ଉପଜିଲାପାଳ ରଜନୀକାନ୍ତ କସ୍ତୁରୀବାହାଳ ଗ୍ରାମରେ ଖାଉଟି ସାମଗ୍ରୀ କେନ୍ଦ୍ରକୁ ପରିଦର୍ଶନ କରି ଓଜନ ମାପ ଯନ୍ତ୍ର ସହ ଖାଉଟିଙ୍କୁ ଦିଆଯାଉଥିବା ସାମଗ୍ରୀ ଗୁଡ଼ିକୁ ଯାଞ୍ଚ କରିଥିଲେ। ପରେ ଗ୍ରାମର ଅଙ୍ଗନଓ୍ବାଡି କେନ୍ଦ୍ର, ଝାମ୍ପୁଲି ଅଙ୍ଗନଓ୍ବାଡି କେନ୍ଦ୍ର, ଦୋହଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ମଧ୍ୟାହ୍ନଭୋଜନ ଯାଞ୍ଚ କରିଥିଲେ। ସେହିପରି କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନରେ ଯାଇ ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଡାକ୍ତର ଅଭାବ ଯୋଗୁ ରୋଗୀମାନେ ଚିକିତ୍ସା ପାଇପାରୁ ନ ଥିବା ରୋଗୀମାନେ ଅଭିଯୋଗ କରିଥିଲେ। ପରେ କିଶୋରନଗର ବ୍ଲକ ଓ ତହସିଲ କାର୍ଯ୍ୟାଳୟକୁ ଯାଇ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri