ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ

ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ, କୃଷି ଓ ଅନ୍ୟ ବିଭାଗର କର୍ମଚାରୀମାନେ ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। ଗୁରୁବାର ମଧ୍ୟ ସମସ୍ତ କର୍ମଚାରୀ ବ୍ଲକ କାର୍ଯ୍ୟାଳୟ ବାରଣ୍ଡାରେ ଧାରଣା ଦେବା ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ପୂର୍ବାହ୍ନରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ବିଡିଓ କୁମାର ନାଗଭୂଷଣ, ରଙ୍ଗେଇଲୁଣ୍ଡା ବ୍ଲକ ଅଧ୍ୟକ୍ଷା ସିଏଚ୍‌ ଉଷାରାଣୀ, ଉପାଧ୍ୟକ୍ଷ ଅଜିତ ଦାଶ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ୨୪ରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ କାର୍ଯ୍ୟକ୍ରମ ରହିଛି, ତେଣୁ ଧାରଣାରୁ ଓହରି ନିଜ କାର୍ଯ୍ୟରେ ଯୋଗଦେବାକୁ କହିଥିଲେ। ପରେ ଉପାଧ୍ୟକ୍ଷ ଦାଶ ଏହାର ସମାଧାନ କରାଯିବ ବୋଲି କହିବା ସହ, ଉପଜିଲାପାଳ ଜାନୁୟାରୀ ପ୍ରଥମ ସପ୍ତାହରେ ତଦନ୍ତ କରାଯାଇ ଦୋଷୀ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଉପଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri