Posted inଜାତୀୟ

ଉପନିର୍ବାଚନ ପୂର୍ବରୁ ପ୍ରବଳ ବର୍ଷା

କୋଲକାତା,୨୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭବାନୀପୁର ବିଧାନସଭା ଆସନରେ ଗୁରୁବାର ଉପନିର୍ବାଚନ ହେବ। ଏଠାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତାଙ୍କ ବିରୋଧରେ ଭାଜପା ପ୍ରିୟଙ୍କା ତିବ୍ରଓ୍ବୋଲଙ୍କୁ ପ୍ରାର୍ଥୀ କରିଥିବା ବେଳେ ମାକ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇଏମ୍‌)ର ଶ୍ରୀଜୀବ ବିଶ୍ୱାସ ମଧ୍ୟ ଭାଗ୍ୟ ପରୀକ୍ଷା ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ଏହି ଆସନରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିନାହିଁ।
ମମତା ୨୦୧୧ ଓ ୨୦୧୬ରେ ଭବାନୀପୁର ଆସନରୁ ବିଜୟୀ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଗତ ବିଧାନସଭା ନିର୍ବାଚନରେ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କୁ ଟକ୍କର ଦେବା ପାଇଁ ମମତା ନନ୍ଦିଗ୍ରାମ ଅସନରୁ ଲଢ଼ିଥିଲେ। କିନ୍ତୁ ନନ୍ଦିଗ୍ରାମରେ ସେ ହାରିଯାଇଥିଲେ। ମୁଖ୍ୟମନ୍ତ୍ରୀ ପଦରେ ରହିବା ପାଇଁ ମମତାଙ୍କୁ ୬ ମାସ ଭିତରେ ବିଧାୟକ ଭାବେ ନିର୍ବାଚିତ ହେବା ଜରୁରୀ ଥିବାରୁ ଟିଏମ୍‌ସି ଟିକେଟରେ ଜିତିଥିବା ଶୋଭନଦେବ ଚଟ୍ଟୋପାଧ୍ୟାୟ ଏହି ହାଇପ୍ରୋଫାଇଲ ଆସନ ତାଙ୍କ ପାଇଁ ଛାଡ଼ିଦେଇଛନ୍ତି। ଭବାନୀପୁରର ୯୭ ପୋଲିଂ ସେଣ୍ଟରରେ ୨୮୭ ବୁଥ୍‌ର ବ୍ୟବସ୍ଥା କରାଯାଇଛି। ସେହିପରି ଜାଙ୍ଗିପୁରର ୩୬୩ ଓ ସମଶେରଗଞ୍ଜ ଆସନର ୩୨୯ ବୁଥ୍‌ରେ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ୩ ନିର୍ବାଚନମଣ୍ଡଳୀରେ ୫୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ଯବାନଙ୍କୁ ମୁତୟନ କରାଯାଇଛି। ବୁଥ୍‌ ବାହାରେ କୋଲକାତା ପୋଲିସ ଅଫିସରମାନେ ରହିବେ। ମତଦାନ କେନ୍ଦ୍ରର ୨୦୦ ମିଟର ପରିଧିରେ ୧୪୪ ଧାରା ଜାରି କରାଯାଇଛି। ଭୋଟ ଗ୍ରହଣର ଦିନକ ପୂର୍ବରୁ ଉପନିର୍ବାଚନରେ ବାଧକ ସାଜିଛି ପ୍ରବଳ ବର୍ଷା। ନିର୍ବାଚନ କମିଶନ ସଳସେଚନ ବିଭାଗ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ୩ ଆସନରେ ଅକ୍ଟୋବର ୩ରେ ଭୋଟ ଗଣତି କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?