ଉପନିର୍ବାଚନ ପୂର୍ବରୁ ରକ୍ତମୁଖା ସାଜିଛି ଶାସକ ବିଜେଡି: ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପୂର୍ବରୁ ଶାସକ ବିଜେଡି ବିରୋଧୀଙ୍କୁ ଆକ୍ରମଣ କରି ଭୟର ଆତଙ୍କ ସୃଷ୍ଟି କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପା ଯୁବନେତା ମନୋରଞ୍ଜନ ମେହେରଙ୍କୁ ଛୁରାମାଡ କରି ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେଡିକୁ ସିଧାସଳଖ ଦାୟୀ କରିଛି ଦଳ । ଏହି ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି ସହ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାଜପା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ କାର୍ଯ୍ୟାଳୟର ଦୃଷ୍ଟି ଆକର୍ଷଣ କରିଛନ୍ତି।
ଦଳର ଉପସଭାପତି ସମୀର ମହାନ୍ତି କହିଛନ୍ତି ଯେ, ୨୦୧୮ ଉପନିର୍ବାଚନରେ ଅନୁରୂପଭାବେ ଗୁଳିମାଡ କରାଯାଇଥିଲା ।

ଶାସକ ବିଜେଡି ବିିରୋଧୀଙ୍କୁ ଭୟଭୀତ କରି ନିର୍ବାଚନ ଜିତିବାକୁ ଚେଷ୍ଟା କରୁଛି। ରାଜ୍ୟ ସରକାରଙ୍କ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଇଙ୍ଗିତରେ ଏପରି ଆକ୍ରମଣ କରାଯାଇଛି। ସେହିଭଳି ଶାସକ ଦଳ ନିର୍ଦ୍ଦେଶରେ ପୋଲିସ କାମ କରୁଥିବାରୁ ଅପରାଧୀ ଖୁଲମଖୁଲା ଅପରାଧ ଘଟାଇ ଚାଲିଛନ୍ତି। ବିଜେପୁରରେ ଭୟର ବାତାବରଣ ସୃଷ୍ଟି କରିଥିବା ଅପରାଧୀଙ୍କ ଉପରେ କଡ଼ା ନଜର ରଖିବା ସହ ଏହି ଉପନିର୍ବାଚନକୁ ମୁକ୍ତ ଅବାଧ ଏବଂ ନିରପେକ୍ଷ କରାଯାଉ ବୋଲି ସମୀର କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିନିଧି ଦଳରେ ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ସତ୍ୟ ପଣ୍ଡା, ହିତେଶ ମହାପାତ୍ର ଏବଂ ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri