ଉପଭୋକ୍ତାଙ୍କୁ ସେସୁର ୪% ରିହାତି: ମାର୍ଚ୍ଚ, ଏପ୍ରିଲ୍‌ର ବିଲ୍‌ରେ ଅତିରିକ୍ତ ଭାବେ ମିଳିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ମାର୍ଚ୍ଚ ୨୫ ତାରିଖରୁ ସମଗ୍ର ଦେଶରେ ଲକ୍‌ଡାଉନ ଜାରି ରହିଛି। ବନ୍ଦ ଯୋଗୁ ଜନସାଧାରଣ ସେମାନଙ୍କର ବିଦ୍ୟୁତ୍‌ ବିଲ୍‌ ନିର୍ଦ୍ଧାରିତ ସମୟରେ ପଇଠ କରିନାହାନ୍ତି। ଲକ୍‌ଡାଉନକୁ ଦେଖି ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିିଲିଟି(ସେସୁ) ଉପଭୋକ୍ତାଙ୍କ ପାଇଁ ମାର୍ଚ୍ଚ ଏବଂ ଏପ୍ରିଲ ମାସ ଲାଗି ଅତିରିକ୍ତ ୪ ପ୍ରତିଶତ ରିହାତି ଦେବାକୁ ଘୋଷଣା କରିଛି। ଯେଉଁ ଉପଭୋକ୍ତାମାନେ ମାର୍ଚ୍ଚ ମାସର ବିଲ୍‌ ନିର୍ଦ୍ଧାରିତ ସମୟ ଅର୍ଥାତ୍‌ ସେହି ମାସର ୨୧ରୁ ୩୧ ତାରିଖ ମଧ୍ୟରେ ପଇଠ କରିନାହାନ୍ତି ସେମାନଙ୍କୁ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ। ପୂର୍ବରୁ ଥିବା ରିହାତି ଉପରେ ଏହି ଅତିରିକ୍ତ ୪ ପ୍ରତିଶତ ରିହାତି ପ୍ରଦାନ କରାଯିବ। ଏପ୍ରିଲରେ ବିଲ୍‌ ପୈଠ କଲେ ବିଦ୍ୟୁତ ଉପଭୋକ୍ତା ଏହି ସୁବିଧା ପାଇପାରିବେ। ଏ ନେଇ ଗୁରୁବାର ସେସୁ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ଯେ, ଲକ୍‌ଡାଉନ ସମୟରେ ସେସୁ ପକ୍ଷରୁ ୨୭ ଲକ୍ଷ ପରିବାରଙ୍କୁ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯାଇଛି। ସେସୁର ରାଜ୍ୟରେ ଥିବା ୩୦୦ କାର୍ଯ୍ୟାଳୟର ୮୦୦ କର୍ମଚାରୀଙ୍କ ଦିନରାତି ପରିଶ୍ରମ ଯୋଗୁ ଏହା ସମ୍ଭବ ହୋଇପାରିଛି। ବିଦ୍ୟୁତ ଦେୟ ଡିଜିଟାଲ ମୋଡ୍‌ରେ ହୋଇପାରୁଛି। ମୋବାଇଲ ଆପ୍‌, ଡେବିଟ ଓ କ୍ରେଡିଟ କାର୍ଡ ଜରିଆରେ ଦେୟ ପଇଠ କରିବାକୁ ସେସୁ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri