ଉପରାଷ୍ଟ୍ରପତିଙ୍କୁ ପୁସ୍ତକ ପ୍ରଦାନ କଲେ ପ୍ରଶାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବିଜେଡି ରାଜ୍ୟ ସଭା ଏମ୍‌ପି ପ୍ରଶାନ୍ତ ନନ୍ଦ ଶନିବାର ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁଙ୍କୁ ସ୍ବରଚିତ ୨ଟି ପୁସ୍ତକ ପ୍ରଦାନ କରିଛନ୍ତି। ଏହି ପୁସ୍ତକ ୨ଟି ହେଉଛି- ଚଳଚ୍ଚିତ୍ର ପୁରାଣ: ଓଡ଼ିଆ ସିନେମାର ଇତିହାସ ଏବଂ ଖାରବେଳ: ଦ ଗ୍ରେଟ୍‌ ୱାରିୟର। ଏହି ପୁସ୍ତକଟି ଉଭୟ ଓଡ଼ିଆ ଏବଂ ଇଂଲିଶ ଭାଷାରେ ପ୍ରକାଶ କରାଯାଇଛି। ପ୍ରଶାନ୍ତଙ୍କ ରଚିତ ପୁସ୍ତକ ଉପରାଷ୍ଟ୍ରପତି ଗ୍ରହଣ କରି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।
ଚଳଚ୍ଚିତ୍ର ପୁରାଣ ପୁସ୍ତକଟି ଓଡ଼ିଆ ସିନେମାର ଉତ୍ଥାନ ଏବଂ ପତନକୁ ନେଇ ରଚନା କରାଯାଇଛି। ୧୯୩୬ରୁ ୨୦୧୪ ମଧ୍ୟରେ ଓଡ଼ିଆ ସିନେମା ସମ୍ପର୍କିତ ତଥ୍ୟ ଏଥିରେ ଉଲ୍ଲେଖ କରାଯାଇଛି। ସେହିଭଳି ୧୯୫୯ରେ ପ୍ରଶାନ୍ତ ସିନେମା ଜଗତରେ ଶିଶୁ କଳାକାରଭାବେ ପାଦ ଥାପି ଥିଲେ। ଅନୁରୂପଭାବେ ଦ୍ୱିତୀୟ ପୁସ୍ତକ ଖାରବେଳରେ ବୀର ଖାରବେଳଙ୍କ ସମ୍ପର୍କିତ ବିଭିନ୍ନ ଘଟଣାବଳୀର ଅବତାରଣା କରିଛନ୍ତି। ଉପରାଷ୍ଟ୍ରପତିଙ୍କୁ ପୁସ୍ତକ ପ୍ରଦାନ ସମୟରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ସାହିତ୍ୟ ଅକାଦେମୀର ଓଡ଼ିଆ ଆଡଭାଇଜରି ବୋର୍ଡର ଆବାହକ ଡକ୍ଟର ବିଜୟାନନ୍ଦ ସିଂ, ନ୍ୟାସନାଲ ବୁକ୍‌ ଟ୍ରଷ୍ଟ ଅଫ୍‌ ଇଣ୍ଡିଆର ପ୍ରମୋଦ କର, ପକ୍ଷୀଘର ପ୍ରକାଶକ ବନୋଜ ତ୍ରିପାଠୀ, ଓଡ଼ିଶା ବୁକ୍‌ ଏମ୍ପୋରିୟମର ପ୍ରକାଶକ ଶିବାଶିଷ କର ଏବଂ ଲିଫି ପବ୍ଲିକେଶନର ପ୍ରକାଶକ ରମେଶ ମିତ୍ତଲ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri