ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ

କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଫାର୍ମାସିଷ୍ଟମାନେ ନିଜକୁ ଡାକ୍ତର ବୋଲାଇବା ସହ ଘରୋଇ କ୍ଲିନିକ ଖୋଲି ସାଧାରଣ ଲୋକଙ୍କୁ ଚିକିତ୍ସା ସେବା ନାଁରେ ଲୁଟୁଛନ୍ତି। ଏହା ସହ ରାଜ୍ୟ ବାହାର କେତେକ ବ୍ୟକ୍ତି ଡାକ୍ତର ସାଜି ଲୋକଙ୍କ ଚିକିତ୍ସା କରୁଛନ୍ତି। ଏହି କ୍ୱାକ୍‌ମାନଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଉଛି। ସାଧାରଣ ଜ୍ୱରଟିଏ ହେଲେ ବି ଅତିକମ୍‌ରେ ହଜାରେ ଟଙ୍କାର ଔଷଧ ଦେଉଛନ୍ତି। ଏହି ଅଞ୍ଚଳରେ ମୁଖ୍ୟତଃ ଗରିବ ଜନଜାତି/ଜାତିିବର୍ଗର ଲୋକେ ବସବାସ କରିଥାଆନ୍ତି। ନିରକ୍ଷର ଓ ଅଜ୍ଞତା କାରଣରୁ ସେମାନଙ୍କୁ ସ୍ବାସ୍ଥ୍ୟସେବା ନାଁରେ ଲୁଟୁଛନ୍ତି ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଓ କ୍ୱାକ୍‌ମାନେ। ରାଏବୋଗା, ଅଣ୍ଡାଳି, ଜାମବାହାଲ, ସଲଙ୍ଗାବାହାଲ, କାଦୋବାହାଲ, ଝୁନମୂର ଇତ୍ୟାଦି ପଞ୍ଚାୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଘୁରି ବୁଲୁଛନ୍ତି ଏହି କ୍ୱାକମାନେ। ସେମାନଙ୍କର ନାଁ ଅଛି ଶିକ୍ଷାଗତ ଯୋଗ୍ୟତା ନାଁ ପ୍ରମାଣପତ୍ର। ରାତିପାହି ସକାଳ ହେଲେ ଉକ୍ତ ଅଞ୍ଚଳଗୁଡିକରେ କ୍ୱାକମାନେ ବୁଲି ବୁଲି ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମନଇଛା ଔଷଧ ଦେଇ ସେମାନଙ୍କୁ ଲୁଟୁଛନ୍ତି। ଏପରିକି ସେମାନଙ୍କ ଦ୍ୱାରା ଚିକିତ୍ସିତ ରୋଗୀ ଅଧିକାଂଶ ସମୟରେ ଭଲ ଆରୋଗ୍ୟ ହେବା ପରିବର୍ତ୍ତେ ମୃତ୍ୟୁବରଣ କରିଥାଏ। ଏହିଭଳି ଅନେକ ରୋଗୀ ଏହି ବ୍ଲକର ଉପାନ୍ତ ଅଞ୍ଚଳରେ ମୃତ୍ୟୁବରଣ କରୁଥିବା ବେଳେ ପରିବାର ଲୋକେ କ୍ୱାକମାନଙ୍କୁ ଦୋଷ ନ ଦେଇ ନିଜ ଭାଗ୍ୟର ଦୋଷ ଦେଇଥାଆନ୍ତି। ସେମାନଙ୍କର ଏହି ନିରୀହପଣ ଯୋଗୁ ଦିନକୁ ଦିନ କ୍ୱାକମାନଙ୍କ ଦୌରାମତ୍‌ୟ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟ ପକ୍ଷରେ ଉକ୍ତ ଅଞ୍ଚଳରେ ଥିବା ଡାକ୍ତରଖାନାରେ ଡାକ୍ତର ଅଭାବ କଙ୍କଡାକୁ ଗୋଳି ପାଣି ସୁହାଇଲା ଭଳି ସେମାନଙ୍କୁ ବରଦାନ ପାଲଟୁଛି। ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ। ରାଏବୋଗା ଓ ଏହାର ଆଖପାଖ ଅଞ୍ଚଳରେ ସରକାରୀ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବକୁ ଦୃଷ୍ଟିରେ ରଖି ଔଷଧ ଦୋକାନ ସହ ବେଆଇନ କ୍ଲିନିକ୍‌ ଖୋଲି ରୋଗୀମାନଙ୍କୁ ମୋଟା ଅଙ୍କରେ ଲୁଟୁଛନ୍ତି। ଖୋଦ୍‌ ରାଏବୋଗାରେ ଜନୈକ କ୍ୱାକଙ୍କ କ୍ଲିନିକ୍‌ରେ ରୋଗୀ ଚିକିସତ୍ିତ ହେଲେ ସର୍ବନିମ୍ନ ୩ଶହ ଟଙ୍କା ଫିସ୍‌ ଦେବାକୁ ପଡୁଥିବା ଅଭିଯୋଗ ହେଉଛି। ସାଧାରଣ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ନାଁରେ ଲୁଟି କ୍ୱାକମାନେ ବିତଶାଳୀ ହେଉଛନ୍ତି। ସରକାରୀ ଡାକ୍ତରଖାନାକୁ ଯଦି କେହି ଡାକ୍ତର ପୋଷ୍ଟିଂ ହେଲେ ତେବେ ତାଙ୍କ ବିରୋଧରେ ଲୋକଙ୍କୁ ମତାଇ କ୍ୱାକମାନେ ଡାକ୍ତରମାନଙ୍କୁ ରଖାଇ ଦେଉନାହାନ୍ତି। ବିନା ଲାଇସେନ୍ସରେ ରୋଗୀ ସେବା ଓ ଔଷଧ ଦୋକାନ ଖୋଲୁଥିବା ଉକ୍ତ କ୍ୱାକମାନଙ୍କ ଉପରେ ସରକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ଏହାର ପ୍ରମୁଖ କାରଣ ହେଉଛି ଡ୍ରଗ୍ସ ଇନ୍ସପେକ୍ଟରଙ୍କର ନିୟମିତ ଏହି ଅଞ୍ଚଳଗୁଡିକ ପରିଦର୍ଶନ ହେଉନାହିଁ। ଅବଶ୍ୟ ଏହା ପଛରେ ବିଭାଗୀୟ ଅଧିକାରୀମାନଙ୍କୁ ଯେ ଭିତିରି ମୋଟା ଅଙ୍କର ହାତଗୁଞ୍ଜା ମିଳିଯାଉଥିବା କଥାକୁ ମଧ୍ୟ ଅସ୍ବୀକାର କରିହେବ ନାହିଁ। ମୋଟାମୋଟି ଭାବେ ସ୍ବାସ୍ଥ୍ୟ ବିଭାଗର ଉଚ୍ଚ ଅଧିକାରୀ ସୀମାନ୍ତବର୍ତ୍ତୀ ଏହି ଅଞ୍ଚଳର ସ୍ବାସ୍ଥ୍ୟ ବ୍ୟବସ୍ଥା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ସରକାରୀ ଡାକ୍ତରଖାନାରେ ଡାକ୍ତର ପଦବୀ ପୂରଣ କରିବା ସହ କ୍ୱାକମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସାଧାରଣ ଲୋକେ ନିଶ୍ଚିତଭାବେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri