ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍‌ଓ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍‌ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍‌ଓମାନେ ପାଇଥିବା କାର୍ଯ୍ୟକୁ ସ୍ବାଧୀନଭାବେ ଉପ/ଯୁଗ୍ମ/ଅତିରିକ୍ତ ସଚିବଙ୍କୁ ସିଧାସଳଖ ଦେବେ। ସେହିପରି ବିଭିନ୍ନ ଯୋଜନା ଓ ପ୍ରକଳ୍ପ ସମ୍ପର୍କିତ ସ୍ବତନ୍ତ୍ର ଦାୟିତ୍ୱ ମଧ୍ୟ ଏଏସ୍‌ଓଙ୍କୁ ପ୍ରଦାନ କରାଯିବ। ଏସମ୍ପର୍କରେ ଏକ ଚିଠି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ପକ୍ଷରୁ ସମସ୍ତ ବିଭାଗୀୟ ସଚିବମାନଙ୍କୁ ଲେଖାଯାଇଛି। ସେହିପରି ଏଏସ୍‌ଓମାନେ ନିୟମିତ ବ୍ୟବଧାନରେ ବିଭାଗୀୟ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ସହ ଆଲୋଚନା କରିବା ସହ କ୍ଷେତ୍ର ପରିଦର୍ଶନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏବଂ ଉନ୍ନୟନ କମିଶନରଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଯୋଜନା ଓ ପ୍ରକଳ୍ପ ସମ୍ପର୍କିତ ପାୱାରପଏଣ୍ଟ ପ୍ରେଜେଣ୍ଟଟେସନ୍‌(ପିପିଟି) ପ୍ରସ୍ତୁତିରେ ମଧ୍ୟ ଏଏସ୍‌ଓମାନଙ୍କ ସକ୍ରିୟ ଅଂଶଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଅନୁରୂପଭାବେ ଏଏସ୍‌ଓମାନେ ବିଭିନ୍ନ ବିଭାଗରେ ଥିବା ପ୍ରକଳ୍ପ ପରିଚାଳନା ୟୁନିଟ୍‌(ପିଏମ୍‌ୟୁ) କାର୍ଯ୍ୟାବଳୀରେ ନିଜକୁ ସାମିଲ କରି ଜ୍ଞାନାର୍ଜନ ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଏହି ନିର୍ଦ୍ଦେଶ ସମ୍ପୂର୍ଣ୍ଣ ନୁହେଁ, ବିଭାଗ ନିଜସ୍ବ ଭାବେ ମଧ୍ୟ ଦାୟିତ୍ୱ ଦେଇପାରିବ। ପରବର୍ତ୍ତୀ ସଚିବସ୍ତରୀୟ ବୈଠକରେ ଏନେଇ ବିସ୍ତୁତ ଆଲୋଚନା ହେବ ବୋଲି ଜଣାପଡିଛି। ଉଲ୍ଲେଖଯୋଗ୍ୟ, ଗତ ସପ୍ତାହରେ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ନବ ନିଯୁକ୍ତ ଏବଂ କାର୍ଯ୍ୟରତ ଏଏସ୍‌ଓମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହି ସମୟରେ ନବ ନିଯୁକ୍ତ ଅଧିକାରୀଙ୍କ କାର୍ଯ୍ୟଶୈଳୀ ଅଧିକ ଯାନ୍ତ୍ରିକ ହେବା ଦୃଷ୍ଟିକୁ ଆସିଛି। ବିଶେଷଭାବେ ମୁଖ୍ୟ ଶାସନ ସଚିବ କଥା ହୋଇଥିବା ୬୧ ଏଏସ୍‌ଓଙ୍କୁ ପ୍ରଶାସନିକ କାର୍ଯ୍ୟଧାରାରେ ପୂର୍ଣ୍ଣାଙ୍ଗ ଉପଯୋଗ କରାଯାଇ ନ ଥିବା ଅନୁଭବ କରାଯାଇଥିଲା। ତେଣୁ ଏଥିରେ ପରିବର୍ତ୍ତନ ଆଣିବା ପାଇଁ ଉପରୋକ୍ତ ପଦକ୍ଷେପ ନେଇ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri