Posted inଜାତୀୟ

ଉର୍ଦ୍ଦୁ ଶ୍ରୀମଦ୍‌ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍‌ ପରିବାର

ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍‌ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍‌ ଭାଗବତ ଗୀତାକୁ ସଂରକ୍ଷିତ କରି ରଖିଛନ୍ତି। ସ୍ଥାନୀୟ ରତଲାମ୍‌ ଜିଲାର ଜାବରାରେ ବାସ କରୁଥିବା କଣ୍ଟ୍ରାକ୍ଟର ଅନୀସ୍‌ ଅନଓ୍ବରଙ୍କ ପରିବାରଙ୍କ ପାଖରେ ଗତ ୩ ପିଢ଼ି ଧରି ଏହି ଗୀତା ରହିଛି। ଏହା ୧୮୯୮ମାର୍ଚ୍ଚ ୧୫ରେ ପ୍ରକାଶିତ ହୋଇଥିଲା। ସେତେବେଳେ ୨୩୦ ପୃଷ୍ଠା ସମ୍ବଳିତ ଏହି ଗୀତାର ମୂଲ୍ୟ ୬ ପଇସା ଥିଲା। ଏହାକୁ ମଥୁରାର ପଣ୍ଡିତ ଜାନକୀନାଥ ମଦନ ଦେହଲଓ୍ବୀ ଅନୁବାଦ କରିଥିଲେ। ଏଥିରେ ସଂସ୍କୃତ ଶ୍ଳୋକକୁ ଉର୍ଦ୍ଦୁରେ ଅନୁବାଦ କରାଯାଇଛି। ଅନୀସ୍‌ଙ୍କ ଘରେ କୋରାନ୍‌ ରଖାଯାଇଥିବା ସ୍ଥାନରେ ଉର୍ଦ୍ଦୁ ଗୀତାକୁ ରଖାଯାଇଛି। ଗୀତା ଏବଂ କୋରାନ୍‌ ସେମାନଙ୍କ ଜୀବନ ଦର୍ଶନକୁ ସୁଦୃଢ଼ କରୁଥିବା ଅନୀସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri