ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାଘ ଆତଙ୍କ: ବନ ବିଭାଗ ଏବଂ ମଙ୍ଗଳ ବିଭାଗର ତଦନ୍ତ,ତୁରନ୍ତ ବାଘକୁ ଚିହ୍ନଟ କରିବାକୁ ଦାବି

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରଗୁଡ଼ା ପଞ୍ଚାୟତରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସର ମଧ୍ୟରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋର ସମୟରେ ବିଦ୍ୟାଳୟର କୁକୁ କମ୍‌ ଆଟେଣ୍ଡାଣ୍ଟଙ୍କ ସ୍ବାମୀ ଅମିତ ମଲ୍ଲିକ ନିଜ ବାସଭବନ ବାହାରକୁ ବାହାରିଥିବା ସମୟରେ ବାଘଟି ହଷ୍ଟେଲ ପାଚେରୀ ଡେଇଁ ଭିତରକୁ ଆସିଥିଲା ସେହି ସମୟରେ ହଷ୍ଟେଲ ଭିତରେ ୨୦୩ ଜଣ ଛାତ୍ରୀ ରହିଥିଲେ ଏଣୁ ବିପଦ ଟଳିଗଲା ବୋଲି ସେ କହିଛନ୍ତି । ଏ ନେଇ ସେ ପ୍ରଧାନଶିକ୍ଷକ ବରଜୁ ପ୍ରସାଦ ନାୟକଙ୍କୁ ଜଣାଇଥିଲେ ା ଘଟଣାଟି ଗୁରୁତର ହୋଇଥିବା ବେଳେ ହଷ୍ଟେଲରେ ରହିଥିବା ଛାତ୍ରୀଙ୍କ ମଧ୍ୟରେ ଏବେ କୋକୁଆ ଭୟ ସୃଷ୍ଟି ହୋଇଛି । ସନ୍ଧ୍ୟା ହେଲେ କବାଟ ବନ୍ଦ କରି ସମସ୍ତ ଛାତ୍ରୀ ଏବଂ କର୍ମଚାରୀ ରହୁଛନ୍ତି ା କାହାର ଦେହ ଖରାପ ହେଲେ ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ଏ ନେଇ ପ୍ରଧାନ ଶିକ୍ଷକ ନାୟକ ଦାରିଙ୍ଗବାଡ଼ି ମଙ୍ଗଳ ସଂପ୍ରସାରଣ ଅଧିକାରୀଙ୍କ୍‌ୁ ଅବଗତ କରାଇଥିଲେ। ସୋମବାର ମଙ୍ଗଳ ସଂପ୍ରସାରଣ ଅଧିକାରୀ ମଙ୍ଗୁଳି ଚରଣ ପ୍ରଧାନ, ବ୍ରାହ୍ମଣୀଗାଁ ବନାଞ୍ଚଳ ଅଧିକାରୀ ଲଳିତ ମୋହନ ନାୟକ, ବନପାଳ ନବୀନ କିଶୋର ମଲ୍ଲିକ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ତେବେ ହଷ୍ଟେଲ ପରିସର ଜଙ୍ଗଲ ଏବଂ ଘାସ ଯୋଗୁଁ ବାଘର ପାଦ ଚିହ୍ନ ଚିହ୍ନଟ ହୋଇପାରିନାହିଁ । ତେବେ ଏହା ଏକ ହେଟା ବାଘ ହୋଇଥିବା ବନ ବିଭାଗ ଆଶଙ୍କା କରିଛି। ଘଟଣା ସମ୍ପର୍କରେ ବନ ବିଭାଗ ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱନାଥନ ନିଲନଭରଙ୍କୁ ଅବଗତ କରାଇଥିବାବେଳେ ମଙ୍ଗଳ ସଂପ୍ରସାରଣ ଅଧିକାରୀ ପ୍ରଧାନ ଘଟଣା ସମ୍ପର୍କରେ କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡିଙ୍କ ସମେତ ଜିଲା ମଙ୍ଗଳ ବିଭାଗ ଅଧିକାରୀଙ୍କୁ ଅବଗତ କରାଇଥିବା କହିଛନ୍ତି ।
ବିଦ୍ୟାଳୟ ଏବଂ ହଷ୍ଟେଲ ଅଞ୍ଚଳ ପାଚେରି ଥିଲେ ମଧ୍ୟ ବିଦ୍ୟାଳୟଟି ଜଙ୍ଗଲ ମଧ୍ୟରେ ରହିଛି। ଏହା ଉହାମାହା ପାହାଡ଼ ନିକଟକୁ ଲାଗି ରହିଛି। ପାହାଡ଼ଟି ଉଚ୍ଚରେ ରହିଥିବା ବେଳେ ପାଚେରୀ ତଳେ ରହିଛି। ଏଣୁ ପାଚେରି ଉପରେ ତାରବାଡ଼ ଶିଘ୍ର କରାଯିବା ଆବଶ୍ୟକ ବୋଲି ପ୍ରଧାନ ଶିକ୍ଷକ ବରଜୁ ପ୍ରସାଦ ନାୟକ କହିଛନ୍ତି । ତେବେ ବାଘ ପ୍ରଥମେ ଫେବୃଆରୀରେ ଏଭଳି ହଷ୍ଟେଲ ଭିତରକୁ ଆସିଥିଲା। ଏପରିକି ବିଦ୍ୟାଳୟ କର୍ମଚାରୀ ସାନ୍ତା ମାଝୀ ଏବଂ ସେବତୀ ମଲ୍ଲିକ ମଧ୍ୟ ଏକାଧିକ ଥର ଦେଖିଛନ୍ତି। ବାଘ ହଷ୍ଟେଲ ଭିତରକୁ ୪ ଥର ଆସିଥିବା ପ୍ରଧାନ ଶିକ୍ଷକ ନାୟକ କହିଛନ୍ତି। ଏହି ଦିଗରେ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବା ସହ ବନ ବିଭାଗ ତୁରନ୍ତ ବାଘକୁ ଚିହ୍ନଟ କରି ଧରିବା ପାଇଁ ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?