‘ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ ଭାରତ’

ନୂଆଦିଲ୍ଲୀ,୧୨।୪: ଭାରତ ପୂର୍ବଭଳି ବିଶ୍ୱ ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ। କରୋନା ପରବର୍ତ୍ତୀ ସମୟରେ ମଧ୍ୟ ଊର୍ଜା ଚାହିଦା କ୍ଷେତ୍ରରେ ଭାରତ ଏହାର ପ୍ରମୁଖ ସ୍ଥାନ ବଜାୟ ରଖିବ ବୋଲି ଜି-୨୦ ଶକ୍ତିମନ୍ତ୍ରୀ ସମ୍ମିଳନୀରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସାଉଦି ରାଜକୁମାର ଅବଦୁଲ ଅଜିଜ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପ୍ରଧାନ ବର୍ତ୍ତମାନର ଚ୍ୟାଲେଞ୍ଜିଂ ସ୍ଥିତିରେ ଅନ୍ତର୍ଜାତୀୟ ସହଯୋଗ ନେଇ ଗୁରୁତ୍ୱାରୋପ କରିଛନ୍ତି। ଭାରତରେ ୨୧ ଦିନିଆ ଲକ୍‌ଡାଉନ ପାଇଁ ଏଲ୍‌ପିଜି ଛଡ଼ା ଅନ୍ୟ ସବୁ ପେଟ୍ରୋଲିୟମ ସାମଗ୍ରୀର ବ୍ୟବହାର କମିଛି। ଦେଶର ୮୦.୩ ନିୟୁତ ଗରିବ ପରିବାରକୁ ଆଗାମୀ ୩ ମାସ ପର୍ଯ୍ୟନ୍ତ ମାଗଣା ଏଲ୍‌ପିଜି ଯୋଗାଣ ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଭାରତରେ ୨୩ ବିଲିୟନ ଡଲାର ଆର୍ଥତ୍କ ପ୍ୟାକେଜରେ ମାଗଣା ଏଲ୍‌ପିଜି ଯୋଗାଣ ଯୋଗୁ ଏହାର ଚାହିଦା ଦେଶରେ ବଢ଼ିଥିବା ପ୍ରଧାନ ମତ ରଖିଛନ୍ତି।
ଭାରତର ଏଲ୍‌ପିଜି ଚାହିଦାକୁ ମିତ୍ର ରାଷ୍ଟ୍ରଗୁଡ଼ିକ ପୂରଣ କରିଥିବାରୁ ପ୍ରଧାନ ଏଥିଲାଗି ଧନ୍ୟବାଦ ଦେଇଛନ୍ତି। ଏହାବାଦ ତୈଳ ଉତ୍ପାଦନକାରୀ ରାଷ୍ଟ୍ରଗୁଡ଼ିକ ଲାଗି ଉଚିତ ମୂଲ୍ୟ ତଥା କ୍ରୟ କରୁଥିବା ଭାରତ ଭଳି ଦେଶଗୁଡିକ ପାଇଁ କଷ୍ଟ ନ ହେବା ଭଳି ମୂଲ୍ୟ ଉପରେ ସେ ଦେଶର ଏଜେଣ୍ଡାକୁ ଦୋହରାଇଥିଲେ। ବିଶ୍ୱର ତୈଳ ଚାହିଦା କମୁଥିବାରୁ ଆଗାମୀ ଦିନରେ ବିଶ୍ୱର ଇନ୍ଧନ ଚାହିଦା ବଢ଼ାଇବା ସହ ଯୋଗାଣ ବୃଦ୍ଧି ଦ୍ୱାରା ଉତ୍ପାଦନକାରୀ ଦେଶଗୁଡ଼ିକ ମୂଲ୍ୟ କମ୍‌ ରଖିବା ସମୟର ଆବଶ୍ୟକତା ବୋଲି ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଏହି ସମ୍ମିଳନୀରେ ବିଭିନ୍ନ ରାଷ୍ଟ୍ରର ପ୍ରତିନିଧିମାନେ ଯୋଗଦେଇ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri