ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା ବାଛି ନେଇଛନ୍ତି। ସେ ବେକରେ ରଶି ଲଗାଇ ଓରାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଚାଷୀ ହେଲେ ଗୟାଧର ଜେନା (୬୨)
ଗୟାଧର ଋଣ ଆଣି ଏକ ଛତୁ ଫାର୍ମ କରିଥିଲେ। ହେଲେ ସେ ଠିକ୍ ସମୟରେ ଋଣ ଶୁଝି ପାରୁ ନ ଥିବାରୁ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ। ଶେଷରେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇ ଶେଷ ରଜରେ ବେକରେ ଗାମୁଛା ଲଗାଇ ଫାର୍ମ ଓରାରେ ଝୁଲି ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସଂଜ୍ଞାହୀନ ଅବସ୍ଥାରେ ସୋର ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ଘଟଣାର ତଦନ୍ତ କରୁଛି। ପ୍ରକାଶ ଥାଉକି ଗୟାଧର ସୋରସ୍ଥିତ ବିବିସିସି ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଋଣ ଆଣିଥିଲେ।
ଦିନକୁ ୫ କପ୍ କଫି କମାଏ ହୃଦ୍ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ
ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…
ନିଟ୍ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ
ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…
ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ
ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…
ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’
ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…
ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ
ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…
ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!
ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…
Archives

