ଋଣ ଦେବା ନାଁରେ ଠକେଇ: ଥାନାର ଦ୍ୱାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ରୂପ୍‌ସା, ୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ବାଖରାବାଦ ଗ୍ରାମର ଜଣେ ମହିଳା ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀର ସଭ୍ୟାଙ୍କୁ ଋଣ ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସୋମବାର ଗାଁରେ ପହଞ୍ଚତ୍ ଘଟଣାର ସତ୍ୟାସତ୍ୟ ସମ୍ପର୍କରେ ତଦନ୍ତ ଜାରି ରଖିଛନ୍ତି। ଏହି ଗାଁର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀର ସଭ୍ୟାଙ୍କଠାରୁ ସେ ଚେକ୍‌ ମାଧ୍ୟମରେ ଓ ନଗଦ ଅର୍ଥ ଆକାରରେ ଟଙ୍କା ନେଇ ଗୋଷ୍ଠୀର ମାସିକ କିସ୍ତି ପରିଶୋଧ କରିବା ସହ ବ୍ୟାଙ୍କରୁ ଋଣ ଆଣିଦେବେ ବୋଲି କହିଥିବା ଏତଲାରେ ଦର୍ଶାଯାଇଛି। ବର୍ଷେ ହେବ ସେ କୌଣସି ଋଣ ନ ଦେବା କିମ୍ବା ପଇସା ପରିଶୋଧ ନ କରିବାରୁ ମହିଳାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏପରିକି ଉକ୍ତ ମହିଳା ଘରେ ରହୁ ନ ଥିବାରୁ ଗୋଷ୍ଠୀର ସଭ୍ୟାଙ୍କ ମଧ୍ୟରେ ସନ୍ଦେହ ଉପୁଜିଥିଲା। ପୂର୍ବରୁ ସେ ନିଜ ଗୋଷ୍ଠୀର କିସ୍ତି ଓ ଉଧାର ପଇସା ଶୁଝିବା ପାଇଁ ସମୟ ନେଇଥିଲେ ହେଁ ବର୍ଷେ ହେବ ଶୁଝି ନ ପାରିବାରୁ ବିଭିନ୍ନ ଗୋଷ୍ଠୀର ମହିଳାମାନେ ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ପାଇଁ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri