ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ ୨୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଲୋକଙ୍କ ପାଖରୁ ସିଧାସଳଖ ଅର୍ଥ ନ ଆଣି କେତେକ ପଞ୍ଚାୟତ ଓ ବ୍ଲକସ୍ତରୀୟ ସଂଯୋଜକ ନିଯୁକ୍ତି କରି ଲୁଟ୍‌ କରାଯାଇଥିବା ଅଭିଯୋଗ ହୋଇଛି। ସଂଯୋଜକଙ୍କୁ ଠକି ଫେରାର ହୋଇଯିବାକୁ ଉଦ୍ୟମ କରୁଥିବା ଏହି କମ୍ପାନୀ ବିରୋଧରେ ସଂଯୋଜକମାନେ ଖଇରା ଥାନା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇବା ସହ ବୁଧବାର କାର୍ଯ୍ୟାଳୟ ଆଗରେ ଧାରଣା ବସିଥିଲେ। ସଂସ୍ଥା ଅର୍ଥ ନ ଫେରାଇଲେ କିମ୍ବା ଖାଉଟିଙ୍କୁ ଋଣ ନ ଦେଲେ ଆଗକୁ ଅନଶନରେ ବସିବେ ବୋଲି ସଂଯୋଜକ ଅଚ୍ୟୁତାନନ୍ଦ ଜେନା, ଜଗନ୍ନାଥ ପୃଷ୍ଟି, ସଭ୍ୟ ବଂଶୀଧର ପତି, ଜଗବନ୍ଧୁ ବେହେରା, ସୁବ୍ରତ ସାହୁ, ପ୍ରଭାକର ରାଉତ, ଗଦାଧର ପାଣିଗ୍ରାହୀ ପ୍ରମୁଖ ଚେତାବନୀ ଦେଇଛନ୍ତି।
ଅନ୍ୟୁନ ୧୦ମାସ ତଳେ ଋଣମୁକ୍ତି ଅଭିଯାନ ନାମରେ ଉକ୍ତ ସଂସ୍ଥା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରୁ ୩୨୫ ଟଙ୍କା ଲେଖାଏଁ ଆଦାୟ କରିଥିଲା। ଏଥିପାଇଁ ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ ଜିଲାରେ ୪୪ଜଣ ପଞ୍ଚାୟତ ଓ ବ୍ଲକ ସଂଯୋଜକ ନିଯୁକ୍ତ କରିଥିଲା। ଏହି କମ୍ପାନୀ ସଂଯୋଜକମାନଙ୍କୁ ମାସକୁ ୧୫ହଜାର ଟଙ୍କାର ଦରମା ଲୋଭ ଦେଖାଇ ୭ହଜାର ଲୋକଙ୍କୁ କମ୍ପାନୀ ସଦସ୍ୟ କରାଇ ଜଣ ପିଛା ୩୨୫ଟଙ୍କା କରି ମୋଟ ୨୨ଲକ୍ଷ ୭୫ହଜାର ଟଙ୍କା ଆଦାୟ କରିଥିଲା। ଏହି ଜମା ବଦଳରେ ଋଣ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏବେ କମ୍ପାନୀ ଋଣ ଦେବାକୁ ରୋକଠୋକ ମନା କରୁଛନ୍ତି । ସଭ୍ୟମାନେ ଋଣ ନ ପାଇ ସଂଯୋଜକମାନଙ୍କୁ ଦାୟୀ କରି ଧମକଚମକ ଦେବା ଆରମ୍ଭ କରିଥିବାରୁ ଉଭୟ ସଂଯୋଜକ ଓ ସଭ୍ୟ ନାନା ଆଶଙ୍କା ମଧ୍ୟ ଦେଇ ଗତି କରୁଛନ୍ତି । କମ୍ପାନୀ ସଂସ୍ଥା ବନ୍ଦ କରି ପଳାଇବା ପୂର୍ବରୁ ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସଭ୍ୟ ସଂଯୋଜକମାନେ କ୍ରାଇମବ୍ରାଞ୍ଚ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ଥାନା ଅଧିକାରୀ ସୁବ୍ରତ ବେହେରାଙ୍କୁ ଯୋଗାଯୋଗ କରିବାରେ ଅର୍ଥ ଆଦାୟ କରିଥିବା ବ୍ୟକ୍ତିମାନେ ଅଭିଯୋଗ କରିଥିବାରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଅଫିସ ବନ୍ଦ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri