ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ଅଧିକାରୀ ସୁରେଶ କୁମାର ତ୍ରିପାଠୀ ଓ ଷ୍ଟାଫ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ କାବୁ କରିଥିଲେ। ଅଭିଯୁକ୍ତ ଜଣକ ବଡବଜାର ଥାନା ଅନ୍ତର୍ଗତ ହାଉସିଂବୋର୍ଡର ଅନୁରୋଧ ପଟ୍ଟନାୟକ । ସେ ଏକ ଇଂଞ୍ଜିିନୟରିଂ କଲେଜରେ ଅଧ୍ୟାପକ ଥିବା ପୋଲିସ କହିଛି। ତାଙ୍କ ନିକଟରୁ ଜବତ ହୋଇଥିବା ବନ୍ଧୁକ ଏକ ଖେଳଣା ଏବଂ ସେ ତାହାକୁ ଅନ୍‌ଲାଇନରେ କ୍ରୟ କରିଥିବା ପୋଲିସ ଜେରା ବେଳେ ଜାଣିବାକୁ ପାଇଛି।
ଘଟଣାରୁ ପ୍ରକାଶ, ଅନୁରୋଧ ଉକ୍ତ ସଂସ୍ଥାରୁ ୧୦ ହଜାର ଟଙ୍କା ଋଣ ନେଇଥିଲେ। ସେ କେତେକ କିସ୍ତିରେ ଋଣ ପରିଶୋଧ କରିଥିଲେ। ହେଲେ ବଳକା ଟଙ୍କା ଓ ସୁଧ ମିଶି ଅଧିକ ହେଉଥିବାରୁ ସେ ଏହାର ପ୍ରତିବାଦ କରିଥିଲେ। ବୁଧବାର ସନ୍ଧ୍ୟାରେ ଉକ୍ତ ସଂସ୍ଥାରେ ପହଞ୍ଚି ପ୍ରଥମେ ଶାଖା ପ୍ରବନ୍ଧକଙ୍କ ସହ ଝଗଡା କରିଥିଲେ। ପରେ ବାହାରକୁ ଆସି ଶଟର ପକାଇ ବନ୍ଧୁକ ଦେଖାଇ ସମସ୍ତଙ୍କୁ ଭୟଭୀତ କରିଥିଲେ। ଏପରିକି ସେ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକମାନେ ମଧ୍ୟ ଭୟଭୀତ ହୋଇ ଦୌଡ଼ିିବାକୁ ଲାଗିଥିଲେ। ଉକ୍ତ ସଂସ୍ଥାର ଶାଖା ପରିଚାଳକ ଏସ୍‌.ମୁରଲୀ ଧରଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ଅଧ୍ୟାପକ ଅନୁରୋଧ ପଟ୍ଟନାୟକଙ୍କୁ ଗିରଫ କରିଛି। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri