ଭୁବନେଶ୍ୱର,୮।୯ (ଅଭୟ ଦାଶ):ରାଜ୍ୟର କୋଣ ଅନୁକୋଣର ଜନସାଧାରଣଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରକ୍ରିୟାରେ ସାମିଲକରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏପରିକି ସବୁ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍ ସେବା ପାଇଁ ମଧ୍ୟ ଉଦ୍ୟମ ଅବ୍ୟାହତ ରହିଛି। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ମଞ୍ଜୁରୀ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁତ୍ୱ ପ୍ରଦାନ କହିଛନ୍ତି। ଗୁରୁବାର ଭୁବନେଶ୍ୱରରେ ଆୟୋଜିତ ୧୭୨ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସ୍ଏଲ୍ବିସି)ବୈଠକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଆରୁଖ କହିଥିଲେ , କୃଷି ଏବଂ ଏମ୍ଏସ୍ଏମ୍ଇ କ୍ଷେତ୍ରରେ ବାର୍ଷିକ ଋଣ ଯୋଜନାରେ ଉତ୍ସାହପ୍ରଦ ସଫଳତା ହାସଲ ହୋଇଥିବାବେଳେ ଶିକ୍ଷା ଓ ହାଉସିଂ ପରି ୨ ପ୍ରମୁଖ ସାମାଜିକ କ୍ଷେତ୍ରକୁ ଅଧିକ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡିକ ପଦକ୍ଷେପ ନିଅନ୍ତୁ। ୨୦୨୨-୨୩ ଆର୍ଥିକ ବର୍ଷରେ ‘ବାର୍ଷିକ ଋଣ ଯୋଜନା’ରେ ୧.୩୪ ଲକ୍ଷ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଚଳିତ ଆର୍ଥିକ ବର୍ଷରେ ଏହା ୧୯.୦୨% ବୃଦ୍ଧି ପାଇ ୧.୬୦ ଲକ୍ଷ କୋଟି ଟଙ୍କା ହୋଇଛି। ପୂର୍ବ ବର୍ଷ ପରି ବାର୍ଷିକ ଋଣ ଯୋଜନା ଅଧୀନରେ ବ୍ୟାଙ୍କଗୁଡିକ ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ଉଦ୍ୟମ ଜାରି ରଖିବା ଆବଶ୍ୟକ ହୋଇଥିବାବେଳେ ୬୫% ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ଋଣ ଯୋଗାଇଦେବା ପାଇଁ ୬ଟି ପବ୍ଲିକ୍ ସେକ୍ଟର ବ୍ୟାଙ୍କ ସହଯୋଗରେ ସ୍ଥାୟୀ ବ୍ୟାଙ୍କ ନ ଥିବା ଗ୍ରାମପଞ୍ଚାୟତରେ ସିଏସ୍ପି (ପ୍ଲସ୍) ବ୍ୟାଙ୍କ ଆଉଟ୍ଲେଟ୍ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଉକ୍ତ ବୈଠକରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ୨୦୨୩ ଜୁନ୍ ୩୦ସୁଦ୍ଧା ବ୍ୟାଙ୍କଗୁଡ଼ିକର ନଗଦ ଜମା ଅନୁପାତ (ସିଡି ରେସିଓ) ୮୧.୪୨%କୁ ବୃଦ୍ଧି ପାଇଥିବାରୁ ସନ୍ତୋଷ ବ୍ୟକ୍ତ କରିବା ସହ ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଥିଲେ। ସ୍ଥାୟୀ ବ୍ୟାଙ୍କ ନ ଥିବା ଅଞ୍ଚଳରେ ବ୍ୟାଙ୍କ ପ୍ରତିଷ୍ଠା, ମିଶନ ଶକ୍ତି ସ୍କୁଟର ଯୋଜନା,ମୋ ଘର ଯୋଜନା, ଶିକ୍ଷା ଋଣ ଇତ୍ୟାଦି ସରକାରଙ୍କ ୫ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ପାଇ ବ୍ୟାଙ୍କଗୁଡ଼ିକୁ ଋଣ ଯୋଗାଣ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ଅପରପକ୍ଷରେ ଅର୍ଥ ସଚିବ ବିଶାଲ କୁମାର ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଚଳିତ ଆର୍ଥିକ ବର୍ଷର ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭାବେ ଅଂଶଗ୍ରହଣ କରି ଋଣ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନକୁ ଅଧିକ ସହଜ ଓ ବ୍ୟାପକ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଏସ୍ଏଲ୍ବିସି ବୈଠକର ଆବାହକ ଗୌତମ ପାତ୍ର ସମସ୍ତଙ୍କୁ ସ୍ବାଗତ କରିଥିଲେ। ଉକ୍ତ ବୈଠକରେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ,ଶାଶ୍ୱତ ମିଶ୍ର, ଏସ୍.କେ.ବଶିଷ୍ଠ,ଏସ୍.କେ. ଲୋହାନୀ,ସୁଜାତା ଆର୍. କାର୍ତ୍ତିକେୟନ୍ଙ୍କ ସମେତ ଆର୍ବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡ. ଶାରଦା ପ୍ରସନ୍ନ ମହାନ୍ତି, ନାବାର୍ଡର ସିଜିଏମ୍ ଡ. ସୁଧାଂଶୁ କେ. ମିଶ୍ର ଏବଂ ଏସ୍ବିଆଇର ସିଜିଏମ୍ ଚନ୍ଦର ଶେଖର ଶର୍ମା ଉପସ୍ଥିତ ଥିଲେ। ପରିଶେଷର ଏସ୍ଏଲ୍ବିସିର ଆବାହକ ଲିଙ୍ଗରାଜ ନାୟକ ଧନ୍ୟବାଦ ଦେଇଥିଲେ ା
ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍! ଖାତା ନ ଥିଲେ…
ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…
ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!
ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…
ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ
ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…
ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍ ହାଉସ୍…
ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…
ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….
ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
Archives

