ଋଣ ମାଫ୍‌କୁ ନେଇ ପ୍ରଶ୍ନ ଉଠାଇଲେ ଚିଦାମ୍ବରମ

ନୂଆଦିଲ୍ଲୀ,୩୦।୪: ନୀରବ ମୋଦି, ମେହୁଲ ଚୋକ୍‌ସି ଏବଂ ବିଜୟ ମାଲ୍ୟାଙ୍କ ଭଳି ବ୍ୟକ୍ତିବିଶେଷ ବ୍ୟାଙ୍କରୁ ବହୁ କୋଟି ଟଙ୍କାର ଋଣ ଠକେଇକରି ଏବେ ବିଦେଶରେ ରହୁଛନ୍ତି। ସରକାର କାହିଁକି ସେମାନଙ୍କ ଋଣକୁ ରାଇଟ ଅଫ୍‌ କରିଛନ୍ତି ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି.ଚିଦାମ୍ବରମ ପ୍ରଶ୍ନ କରିଛନ୍ତି। ପଳାତକଙ୍କ ଋଣ ମାଫ୍‌ ନ ହେଉ ବୋଲି ସେ ଦାବି କରିଛନ୍ତି। ଅଧିକାଂଶ ଋଣ ଉପା ସରକାରଙ୍କ ଅମଳରେ ପ୍ରଦାନ କରାଯାଇଥିବା ବେଳେ ବର୍ତ୍ତମାନ ତାକୁ ଅସୁଲ କରିବାକୁ ପଦକ୍ଷେପ ନିଆଯାଉଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ। ଏହାର ଉତ୍ତର ଚିଦାମ୍ବରମ ରଖିଛନ୍ତି । ସାଧାରଣତଃ ପଳାତକଙ୍କ ଲାଗି ଋଣ ମାଫ୍‌ ସୁବିଧା ନ ଥାଏ। ମାତ୍ର ସରକାର କାହିଁକି ଏହାକୁ ଲାଗୁ କରାଇଛନ୍ତି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ସରକାର ପଳାତକଙ୍କ ୬୮ ହଜାର କୋଟି ଟଙ୍କା ଋଣ ଛାଡ଼ କରିଥିବା ନେଇ କଂଗ୍ରେସ ପକ୍ଷରୁ ଅର୍ଥମନ୍ତ୍ରୀଙ୍କ ପ୍ରତିକ୍ରିୟା ଲୋଡ଼ାଯାଇଥିଲା। ଏହାର ଉତ୍ତରରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି ଯେ, ରାହୁଲ ଗାନ୍ଧୀ ରାଇଟ ଅଫ୍‌ ଏବଂ ଛାଡ଼ ମଧ୍ୟରେ ତଫାତ ଜାଣିବା ଉଚିତ। କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ଖଲାପକାରୀଙ୍କୁ ସରକାର କାହିଁକି ଏତେ ଦରଦ ଦେଖାଉଛନ୍ତି। ଏ ଦିଗରେ ପ୍ରଧାନମନ୍ତ୍ରୀ ନିଜର ନୀରବତା ଭାଙ୍ଗନ୍ତୁ ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri