ଋଷିକୁଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ: ସମୟ ପୂର୍ବରୁ ଅଣ୍ଡାଦାନ

ଗଞ୍ଜାମ,୪୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଣା ବନ୍ଧ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ବେଳାଭୂମିରେ ନଭେମ୍ବରରୁ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହା ଜାନୁୟାରୀ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଖଲ୍ଲିକୋଟ ରେଞ୍ଜର ଦିଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି। ପ୍ରତିବର୍ଷ ଫେବୃୟାରୀରେ ଦକ୍ଷିଣା ପବନ ବହିଲେ କଇଁଛମାନେ ଗଣ ଅଣ୍ଡାଦାନ କରିଥାନ୍ତି। ମାତ୍ର ଚଳିତବର୍ଷ ଏଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇଛି। ନଭେମ୍ବରରେ କେତେକ କଇଁଛ ଅଣ୍ଡାଦାନ କରିଛନ୍ତି। ୮୦ ରୁ ୮୫ ଅଣ୍ଡା ସଂଗ୍ରହ କରାଯାଇ ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୟାଗୀ ବେଳାଭୂମିରେ ନିର୍ମିତ ହାଚେରୀରେ ରଖାଯାଇଛି। ବର୍ତ୍ତମାନ ସମୁଦ୍ର ବେଳାଭୂମିଠାରୁ ୫ରୁ ୬ କିମି ପରିଧି ମଧ୍ୟରେ ହଜାର ହଜାର କଇଁଛ ମିଳିତ ଭାବେ ଭାସମାନ ଅବସ୍ଥାରେ ଦେଖାଯାଉଛି। ଫେବୃୟାରୀରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପ୍ରୟାଗୀ, ପୋଡ଼ମପେଟା, ପୁରୁଣାବନ୍ଧ ଓ ଗୋଖରକୁଦା ନିକଟ ବେଳାଭୂମିରେ ୪ଟି ହାଚେରୀ ନିର୍ମାଣ କରାଯାଇଛି। କଇଁଛଙ୍କ ସୁରକ୍ଷା ଲାଗି ଋଷିକୁଲ୍ୟା ବେଳାଭୂମିରୁ ପ୍ରୟାଗୀ ପର୍ଯ୍ୟନ୍ତ ବ୍ୟାରିକେଡ ନିର୍ମାଣ ହେବା ସହ ସମସ୍ତ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି। ଫେବୃୟାରୀରେ ଦକ୍ଷିଣା ପବନ ବହିଲେ କଇଁଛମାନଙ୍କ ଗଣ ଅଣ୍ଡାଦାନ ଆରମ୍ଭ ହେବ। ଏଥିପାଇଁ ୬ଟି କ୍ୟାମ୍ପରେ ପ୍ରାୟ ୨୪ ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। କଇଁଛଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ ରହିଥିବାରୁ ପାଟ୍ରୋଲିଂ ମଧ୍ୟ ଜାରି ରହିଛି। ଉତ୍ତର ଦିଗରେ ଥିବା ପ୍ରୟାଗୀ ଓ ଦକ୍ଷିଣ ଦିଗରେ ଥିବା ଆର୍ଯ୍ୟପଲ୍ଲୀ ପର୍ଯ୍ୟନ୍ତ ସମୁଦ୍ର ଅଞ୍ଚଳକୁ ବନ ବିଭାଗ ପକ୍ଷରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri