ଏଇ ଭାରତରେ

ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହମନଙ୍କୁ ପୁରସ୍କାର ସ୍ବରୂପ ୭୦ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମହିଳାଙ୍କ ଅଧିକାର ଲାଗି ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଉକ୍ତ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ। ସେ ୧୫ବର୍ଷ ବୟସରୁ ସାମାଜିକ କାର୍ଯ୍ୟ କରିଆସୁଛନ୍ତି। ବର୍ତ୍ତମାନ ସେ ହରିୟାଣା, ରାଜସ୍ଥାନ, ପଞ୍ଜାବ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଦି ରାଜ୍ୟରେ ନିଜର ସାମାଜିକ କାର୍ଯ୍ୟ ଜାରି ରଖିଛନ୍ତି। ଦେଶରେ ତାଙ୍କର ୭୦ଟି ଟିମ୍‌ ସାମାଜିକ କାର୍ଯ୍ୟରେ ଜଡ଼ିତ ରହିଛନ୍ତି। ୨୦୦୪ରେ ସେ ଦିଲ୍ଲୀରେ ଗୋତି ଶ୍ରମିକ ବିରୋଧୀ ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ। ୨୦୦୬ରେ ସେ ‘ଏମ୍ପ୍‌ପାଓ୍ବାର୍ଡ ପିପଲ’ ନାମକ ଏକ ସ୍ବେଚ୍ଛାସେବୀ ସଂସ୍ଥା ଗଠନ କରିଥିଲେ। ସେହିପରି କନ୍ୟାଭ୍ରୂଣ ହତ୍ୟାକୁ ବିରୋଧ କରି ସେ ୩ଶହ କିଲୋମିଟର ପଦଯାତ୍ରା କରିଛନ୍ତି। ଇତିମଧ୍ୟରେ ଶଫିକୁର ୫ହଜାରରୁ ଅଧିକ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରାଇ ସାରିଲେଣି। ଶଫିକୁରଙ୍କ ଏଭଳି ଜନହିତକର କାର୍ଯ୍ୟ ଅନ୍ୟମାନଙ୍କ ପାଇଁ ପ୍ରେରଣାପ୍ରଦ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri