ଏଇ ଭାରତରେ

ଟ୍ରାଫିକ୍‌ ନିୟମ କଡାକଡି କରାଯାଇ ନିୟମ ଖିଲାପକାରୀଙ୍କ ବିରୋଧରେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାବେଳେ ଜଣେ ମୃତକଙ୍କ ନାମରେ ଟ୍ରାଫିକ୍‌ ନିୟମ ଭଙ୍ଗ ଅଭିଯୋଗ ଅଣାଯିବା ଘଟଣା ସାମ୍‌ନାକୁ ଆସିଛି। ରାଜସ୍ଥାନ ଝାଲାଓ୍ବାଡ଼ ଜିଲା ପରିବହନ ବିଭାଗ ୮ ବର୍ଷ ପୂର୍ବେ ମୃତ୍ୟୁ ବରଣ କରିଥିବା ରାଜେନ୍ଦ୍ର କସେରାଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବା ପାଇଁ ତାଙ୍କ ଘରକୁ ନୋଟିସ ପଠାଇଛି। ୨୦୧୧ ସେପ୍ଟେମ୍ବରରେ ରାଜେନ୍ଦ୍ରଙ୍କର ମୃତ୍ୟୁ ହୋଇଥିଲା। ସିଟ୍‌ ବେଲ୍‌ଟ ନ ବାନ୍ଧି ସେ ଦ୍ରୁତ ବେଗରେ ଗାଡି ଚଲାଉଥିବାବେଳେ ଧରାପଡିଥିଲେ ବୋଲି ସେଥିରେ ଉଲ୍ଲେଖ କରାଯାଇଛି। ରାଜେନ୍ଦ୍ରଙ୍କ ପରିବାରକୁ ସେପ୍ଟେମ୍ବର ୧୧ରେ ପରିବହନ ବିଭାଗର ଏହି ନୋଟିସ୍‌ ମିଳିଛି ଓ ସେଥିରେ ତାଙ୍କୁ ବିଭାଗ ନିକଟରେ ଉପସ୍ଥିତ ହେବାକୁ କୁହାଯାଇଛି। ନୂତନ ମୋଟର ଯାନ ଅଧିନିୟମ ଅନୁସାରେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବା ପ୍ରକ୍ରିୟା ଶେଷ କରିବା ପାଇଁ ମୃତକଙ୍କୁ ପରିବହନ ବିଭାଗ କାର୍ଯ୍ୟାଳୟକୁ ଡ଼କାଯାଇଛି ବୋଲି କୁହନ୍ତି ତାଙ୍କ ପୁତ୍ର ମନୋଜ କସେରା। ଚିଠିରେ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ନମ୍ବର ମଧ୍ୟ ଉଲ୍ଲେଖ କରାଯାଇଛି ଓ ତାହା ପୁଣି ଚାରି ଚକିଆ ଯାନର। କିନ୍ତୁ ରାଜେନ୍ଦ୍ରଙ୍କ ପାଖରେ କେବେ ବି ଚାରି ଚକିଆ ଯାନ ନଥିଲା। ସେ ବାଇକ୍‌ରେ ଝାଲାଓ୍ବାଡ଼ରେ ବାସନ ବିକୁଥିଲେ। ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବା ପାଇଁ ପରିବହନ ବିଭାଗ ମୃତକଙ୍କ ପାଖକୁ ନୋଟିସ ପଠାଇ ବିଭଗର ଖାମଖିଆଲି ଭାବକୁ ପଦାରେ ପକାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri