ଏଇ ଭାରତରେ

ଗଣତାନ୍ତ୍ରିକ ପଦ୍ଧତିରେ ନିର୍ବାଚନ ପ୍ରକ୍ରିୟାରେ କେବଳ କଲେଜ ପିଲାମାନେ ଭାଗ ନେଉଛନ୍ତି। କିନ୍ତୁ ସ୍କୁଲରେ ନିର୍ବାଚନ ହେବା ଶୁଣିଛନ୍ତି କି? ଛତିଶଗଡ଼ର କୋରବା ଅନ୍ତର୍ଗତ ଗଡକଟରା ଗାଁର ସରକାରୀ ସ୍କୁଲ୍‌ରେ ପିଲାମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଛି ଏମିତି ଏକ ନିର୍ବାଚନ। ଆଦିବାସୀ ଅଧିଷ୍ୟୁତ ଅଞ୍ଚଳରେ ଥିବା ଏହି ସ୍କୁଲ୍‌ରେ ପିଲାମାନେ ସେମାନଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି। ପିଲାମାନେ ଭୋଟ ଦେବା ପରେ ସେମାନଙ୍କ ଅଙ୍ଗୁଳିରେ କାଳିଚିହ୍ନ ଲଗାଯାଇଛି। ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଦେଶରେ ପ୍ରଧାନମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଶପଥ ନେବା ଭଳି ବିଜୟୀ ପ୍ରାର୍ଥୀମାନେ ଶପଥ ନେଇଛନ୍ତି। ଶପଥ ନେବା ସମୟରେ ନିର୍ବାଚିତ ହୋଇଥିବା ପୁଅମାନେ ଧୋତି ଓ ଝିଅମାନେ ଶାଢି ପିନ୍ଧି ଆସିଥିଲେ। ଗାଁର ଏହି ସ୍କୁଲକୁ ନିର୍ବାଚନ କେନ୍ଦ୍ର କରାଯାଏ। ଏଠାରେ ବି ଗାଁ ଲୋକଙ୍କ ତରଫରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଏ। ଠିକ୍‌ ଯେମିତି ସାଧାରଣ ନିର୍ବାଚନରେ ହୋଇଥାଏ। ବଡ଼ ପିଲାମାନଙ୍କ ପାଠ୍ୟକ୍ରମରେ ନିର୍ବାଚନ ସମ୍ବନ୍ଧରେ ଶିକ୍ଷା ଦିଆଯାଉଥିବାବେଳେ ଛୋଟ ପିଲାମାନେ ସ୍କୁ୍‌ଲରେ ସବୁବେଳେ ନିର୍ବାଚନ କ’ଣ ଓ ପୋଲିଂ ବୁଥ୍‌ ଭିତରେ କ’ଣ ହୁଏ ବୋଲି ସ୍କୁଲର ଶିକ୍ଷକ ଶ୍ରୀକାନ୍ତି ସିଂଙ୍କୁ ପ୍ରଶ୍ନ କରନ୍ତି। ଏଣୁ ପିଲାମାନଙ୍କୁ ନିର୍ବାଚନ ସମ୍ପର୍କରେ ଜଣାଇବା ପାଇଁ ଏହି ସାଙ୍କେତିକ ନିର୍ବାଚନ କରାଯାଇଛି। ନିର୍ବାଚନରେ ପିଲାମାନଙ୍କୁ ପ୍ରାର୍ଥୀମାନଙ୍କ ନାମ ସହ ଛାତ୍ର ସଂସଦ ନିର୍ବାଚନ ଲେଖାଥିବା ଏକ ମତପତ୍ର ପ୍ରଦାନ କରାଯାଇଥିତ୍ଲା। ସେଥିରେ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିବା ଗାଣିତିକ ଚିହ୍ନ ମଧ୍ୟ ରହିଥିଲା। ପିଲାମାନେ ସେମାନଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଥିଲେ। ନିର୍ବାଚନ ଫଳାଫଳ ବାହାରିବା ପରେ ପିଲାମାନଙ୍କ ମଧ୍ୟରେ ମିଠା ବଣ୍ଟାଯାଇଥିତ୍ଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ଫାଷ୍ଟବ୍ରିଡର ରିଆକ୍ଟର

୨୬ ଏପ୍ରିଲ ୧୯୮୬ ଦିନ ବର୍ତ୍ତମାନର ୟୁକ୍ରେନସ୍ଥିତ ଚେର୍ଣ୍ଣୋବିଲଠାରେ ଘଟିଥିବା ପରମାଣୁ କେନ୍ଦ୍ରରେ ଦୁର୍ଘଟଣା ପରେ କିଛି ଦଶକଧରି ନାଭିକୀୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ମାନ୍ଦାବସ୍ଥା ଆସିଯାଇଥିଲେ…

ଆଶା: ଅବ୍ୟାହତ ଜୀବନଯାତ୍ରାର ପୁଞ୍ଜି

ଆଜିର ତଥାକଥିତ ସଭ୍ୟ ମାନବ ଯେଭଳି ଭାବରେ ହିଂସାର ତାଣ୍ଡବ ସୃଷ୍ଟି କରୁଛି ଆମେ ନିଜକୁ ସଭ୍ୟବୋଲି କହିବା କେତେ ଯଥାର୍ଥ ତାହା ବିତର୍କର ବିଷୟ। ପୁନଶ୍ଚ…

ଅଡୁଆରେ ଜିମ୍‌ଖାନା

ପ୍ରକୃତରେ ଦିଲ୍ଲୀ ଜିମ୍‌ଖାନା କ୍ଲବର ସମୟ ଶେଷ ହୋଇଆସୁଛି କି? ହୋଇପାରେ। ଯଦି ଏହା ହୁଏ, ତେବେ ଲୁଟିୟନ୍ସ ଦିଲ୍ଲୀ (ଅତି ବିଶିଷ୍ଟ ତଥା ଐତିହାସିକ ଅଞ୍ଚଳ)ରେ…

ଏଆଇ ଓ ନୈତିକ ମୂଲ୍ୟବୋଧ

ନିକଟରେ ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ପ୍ରବନ୍ଧରେ ନର୍ଥଇଷ୍ଟର୍ନ ୟୁନିଭର୍ସିଟିର ମନୋବିଜ୍ଞାନୀ ପ୍ରଫେସର ଡାଭିଡ୍‌ ଡିଷ୍ଟେନୋ ଏକ ଉତ୍ତେଜକ ପ୍ରଶ୍ନ ସାମ୍ନାକୁ ଆଣିଥିଲେ। ସେ ପଚାରିଥିଲେ- ଧର୍ମ ଏଆଇକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri