ଏଇ ଭାରତରେ

ଆଇନ ଆଖିରେ ସମସ୍ତେ ସମାନ। ମଣିଷ କଥା ଛାଡ଼ନ୍ତୁ, ପଶୁ ବି ଏହି ନିୟମରୁ ବାଦ୍‌ ପଡୁନାହାନ୍ତି। ଅନେକ ଜାଗାରେ ପଶୁ ଗିରଫ ହୋଇ ଥାନାକୁ ଅଣାଯିବା ଘଟଣା ଦେଖିବାକୁ ମିଳେ ଆମ ଦେଶରେ। କିନ୍ତୁ ଏବେ ସ୍ବୟଂ ଦେବତା ମଧ୍ୟ ପୋଲିସ ନଜରରୁ ବର୍ତ୍ତି ପାରିନାହାନ୍ତି। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ଘଟଣାଟି ସତ। ପ୍ରଭୁ ହନୁମାନଙ୍କୁ ଯିବାକୁ ପଡିଛି ଥାନାକୁ। ଏମିତି ଏକ ଅଜବ ଘଟଣା ସାମନାକୁ ଆସିଛି ବିହାରର ବୈଶାଳୀ ଜିଲାରେ। ଏଠାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳକୁ ଲକ୍ଷ୍ୟ କରି ପୋଲିସ ଭଗବାନ୍‌ ହନୁମାନଙ୍କୁ ସିଧା ଥାନାକୁ ନେଇଆସିଛି। ହନୁମାନଙ୍କ ମୂର୍ତ୍ତିକୁ କେଉଁ ଜାଗାରେ ସ୍ଥାପନ କରାଯିବ ତାହାକୁ କେନ୍ଦ୍ର କରି ପାନାପୁର ଗୌରାହି ଗାଁର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା। ଗାଁର ଅନୁସୂଚିତ ବର୍ଗର କିଛି ଭକ୍ତ ହନୁମାନଙ୍କୁ ଏକ ବିବାଦୀୟ ଜମିରେ ସ୍ଥାପନ କରିଥିଲେ। ଏହାକୁ କେନ୍ଦ୍ର କରି ସେହି ଗାଁର ଉଚ୍ଚଜାତିର ଲୋକମାନେ ବିରୋଧ କରିବା ଆରମ୍ଭ କରିଦେଲେ। ଏ ନେଇ ସୂଚନା ପାଇବା ପରେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ପୋଲିସ ସେଠାରେ ପହଞ୍ଚି ହନୁମାନଙ୍କୁ ଥାନାକୁ ନେଇଆସିଛି। ପୂରା ମାମଲା ତୁଟିବା ଯାଏ ଥାନାରେ ହିଁ ହନୁମାନ ରହିବେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri