ଏଇ ଭାରତରେ

ସମାଜସେବାରେ ସାରା ଜୀବନ ବିତାଇଦେବା ଲୋକଙ୍କ ସଂଖ୍ୟା କିଛି କମ୍‌ ନାହିଁ। ଏମାନଙ୍କ ମଧ୍ୟରୁ ମହାରାଷ୍ଟ୍ର ପୁଣେ ନିବାସୀ ପଦ୍ମିନୀ ଷ୍ଟମ୍ପ୍‌ ଅନ୍ୟତମ। ସେ ଏବେ ୯୦୦ ବୁଲା କୁକୁର, ଦେଢ଼ଶହ ବିଲେଇ ଓ ୧୦୦ରୁ ଊର୍ଦ୍ଧ୍ୱ ଗାଈ ଓ ମଇଁଷିଙ୍କ ପାଳିକା ମା’ ପାଲଟିଯାଇଛନ୍ତି। ଏମାନଙ୍କ ଲାଗି ସେ ନିଜ ଘର ଖୋଲି ଦେଇଛନ୍ତି। ଏହା ବ୍ୟତୀତ ଦୁଇଟି ଆଶ୍ରୟସ୍ଥଳୀ ବି ନିର୍ମାଣ କରିଛନ୍ତି। ୬୦ ବର୍ଷୀୟା ପଦ୍ମିନୀ ପୁଣେର ପ୍ରଥମ ସୁପର୍‌ ମଡେଲ ଥିଲେ। ଦେଶବିଦେଶରେ ବହୁ ମଡେଲିଂ ଶୋ’ରେ ମଧ୍ୟ ଭାଗ ନେଇଥିଲେ। ବୟସର ସାୟାହ୍ନରେ ଉପନୀତ ପଦ୍ମିନୀ ଅନ୍ୟର ସାହାରା ଲୋଡିବା ସମୟରେ ହଜାର ଜୀବଙ୍କୁ ସେବା ଦେଇ ଉଦାହରଣ ସୃଷ୍ଟି କରିଛନ୍ତି। ୨୦୦୬ରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ଏକମାତ୍ର ପୁଅଙ୍କୁ ହରାଇବା ପରେ ସେ ଭାଙ୍ଗିପଡିଥିଲେ। ତା’ପରେ ଘର ପାଖରେ ଏକ ରୋଗଗ୍ରସ୍ତ କୁକୁରକୁ ଦେଖି ତାକୁ ଘରକୁ ଆଣି ସେବା କରିଥିଲେ। ପରେ ସେ ‘ମିଶନ ପଶିବଲ୍‌’ ନାମକ ସଂସ୍ଥା ଗଢି ତା’ମାଧ୍ୟମରେ ଅସହାୟ ପ୍ରାଣୀଙ୍କ ସେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା…

ଭିଆଇପି ପରମ୍ପରା

ଭିଆଇପି ପରମ୍ପରା ଅତ୍ୟନ୍ତ ଅଶୋଭନୀୟ ଓ ଅରୁଚିକର ପରିସ୍ଥିତି ସୃଷ୍ଟି କରିଥାଏ। ଭିଆଇପିମାନଙ୍କ ପାଇଁ ଆୟୋଜକଙ୍କ କେବଳ ସମୟ ଓ ସମ୍ବଳର ଅପଚୟ ହୁଏ ତାହା ନୁହେଁ,…

ସ୍ବାଭିମାନର ଅନନ୍ୟ ଆଭା

ମାଟିର ସୁକନ୍ୟା ନନ୍ଦିନୀ ଶତପଥୀ। ନାରୀ ଅସ୍ମିତାର ଏକ ତେଜୋଦୀପ୍ତ ସ୍ବର। ତାଙ୍କ ଦେଶପ୍ରେମ, ନିର୍ଭୀକତା, ସାହସିକତା ଓ ବେସାଲିସପଣକୁ ନେଇ ଗଢ଼ିଉଠିଛି ଅନେକ କଥା, କାହାଣୀ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri