ଏଇ ଭାରତରେ

ଉତ୍ତର କର୍ନାଟକର ଗଡଗ ଜିଲାସ୍ଥିତ ଏକ ଲିଙ୍ଗାୟତ ମଠ ଧାର୍ମିକ ବନ୍ଧନରୁ ମୁକ୍ତ ହୋଇ ସାମାଜିକ ସୌହାର୍ଦ୍ଦ୍ୟକୁ ଶ୍ରେଷ୍ଠ ସ୍ଥାନ ଦେଇଛି। ଏହି ମଠ ତା’ ପରମ୍ପରାକୁ ଭାଙ୍ଗି ଜଣେ ମୁସଲମାନ ଯୁବକ ଦିଓ୍ବାନା ଶରିଫ୍‌ ରହମାନସାବ ମୁଲ୍ଲାଙ୍କୁ ମଠର ପୂଜାରୀ ଭାବେ ନିଯୁକ୍ତି ଦେଇଛି। ଗଡଗ ଜିଲା ଆସୁତି ଗାଁରେ ମୁରୁଗରାଜେନ୍ଦ୍ର କୋରାନେଶ୍ୱରା ଶାନ୍ତିଧାମ ମଠର ପୂଜାରୀ ଭାବେ ଶରିଫ ୨୬ ଫେବୃୟାରୀରେ ଶପଥ ନେବେ। ଶରିଫଙ୍କୁ ବୟସ ଏବେ ୩୩। ଖଜୁରି ଗାଁରେ ଥିବା ସବୁଠୁ ପୁରୁଣା ୩୫୦ ବର୍ଷର କୋରାନେଶ୍ୱର ମଠ ସହ ଆସୁନିରେ ଥିବା ଏହି ଲିଙ୍ଗାୟତ ମଠର ସମ୍ପର୍କ ରହିଛି। ଏହି ମଠକୁ ଦୁଇ ବର୍ଷ ପୂର୍ବରୁ ଶରିଫଙ୍କ ପିତା ୨ ଏକର ଜମି ଦାନ କରିଥିଲେ। ଦ୍ୱାଦଶ ଶତାବ୍ଦୀର ସମାଜ ସଂସ୍କାରକ ତଥା ଦାର୍ଶନିକ ବସବନ୍ନାଙ୍କ ନୀତିଶିକ୍ଷା ଦ୍ୱାରା ପ୍ରଭାବିତ ହୋଇଛନ୍ତି ବୋଲି କୁହନ୍ତି ଶରିଫ। ବସବନ୍ନା ସାମାଜିକ ନ୍ୟାୟ ଓ ସଦ୍‌ଭାବନା ଉପରେ ଗୁରୁତ୍ୱ ଦେଉଥିତ୍ଲେ ଓ ସେହି ଆଦର୍ଶରେ କାମ କରିବେ ବୋଲି କହିଛନ୍ତି ଶରିଫ।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟବ୍ରିଡର ରିଆକ୍ଟର

୨୬ ଏପ୍ରିଲ ୧୯୮୬ ଦିନ ବର୍ତ୍ତମାନର ୟୁକ୍ରେନସ୍ଥିତ ଚେର୍ଣ୍ଣୋବିଲଠାରେ ଘଟିଥିବା ପରମାଣୁ କେନ୍ଦ୍ରରେ ଦୁର୍ଘଟଣା ପରେ କିଛି ଦଶକଧରି ନାଭିକୀୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ମାନ୍ଦାବସ୍ଥା ଆସିଯାଇଥିଲେ…

ଆଶା: ଅବ୍ୟାହତ ଜୀବନଯାତ୍ରାର ପୁଞ୍ଜି

ଆଜିର ତଥାକଥିତ ସଭ୍ୟ ମାନବ ଯେଭଳି ଭାବରେ ହିଂସାର ତାଣ୍ଡବ ସୃଷ୍ଟି କରୁଛି ଆମେ ନିଜକୁ ସଭ୍ୟବୋଲି କହିବା କେତେ ଯଥାର୍ଥ ତାହା ବିତର୍କର ବିଷୟ। ପୁନଶ୍ଚ…

ଅଡୁଆରେ ଜିମ୍‌ଖାନା

ପ୍ରକୃତରେ ଦିଲ୍ଲୀ ଜିମ୍‌ଖାନା କ୍ଲବର ସମୟ ଶେଷ ହୋଇଆସୁଛି କି? ହୋଇପାରେ। ଯଦି ଏହା ହୁଏ, ତେବେ ଲୁଟିୟନ୍ସ ଦିଲ୍ଲୀ (ଅତି ବିଶିଷ୍ଟ ତଥା ଐତିହାସିକ ଅଞ୍ଚଳ)ରେ…

ଏଆଇ ଓ ନୈତିକ ମୂଲ୍ୟବୋଧ

ନିକଟରେ ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ପ୍ରବନ୍ଧରେ ନର୍ଥଇଷ୍ଟର୍ନ ୟୁନିଭର୍ସିଟିର ମନୋବିଜ୍ଞାନୀ ପ୍ରଫେସର ଡାଭିଡ୍‌ ଡିଷ୍ଟେନୋ ଏକ ଉତ୍ତେଜକ ପ୍ରଶ୍ନ ସାମ୍ନାକୁ ଆଣିଥିଲେ। ସେ ପଚାରିଥିଲେ- ଧର୍ମ ଏଆଇକୁ…

ବିନା ଉପହାରରେ ସମ୍ପର୍କ

ସାମାଜିକ ସମ୍ପର୍କର ଅସ୍ତିତ୍ୱ ବ୍ୟକ୍ତିକୈନ୍ଦ୍ରିକ ଯାହା ବ୍ୟକ୍ତି ନିର୍ଦ୍ଧାରଣ କରେ। ସମାଜ ଦ୍ୱାରା ମଣିଷର ସ୍ବଭାବ ତଥା ବ୍ୟକ୍ତିତ୍ୱ ମାପ କରାଯାଏ। ବ୍ୟକ୍ତିର ପ୍ରକୃତି, ଚରିତ୍ର ତଥା…

ଏଇ ଭାରତରେ

ଉଚ୍ଚ ଶିକ୍ଷାପ୍ରାପ୍ତ ଯୁବତୀଯୁବକ ଚାକିରି ପଛରେ ଦୌଡ଼ୁଥିବାବେଳେ ଉତ୍ତର ପ୍ରଦେଶର ଅନଶୁଲ ମିଶ୍ରା କମ୍ପ୍ୟୁଟର ସାଇନ୍ସରେ ଡିଗ୍ରୀ କରିବା ପରେ ଚାଷକୁ ବୃତ୍ତି ଭାବେ ଗ୍ରହଣ କରିଛନ୍ତି।…

ଜୀବନ ଗୀତାରେ ସତ

ଗୀତା ଧର୍ମ, କର୍ମ ଓ ବାସ୍ତବତାର ପ୍ରକୃତି ଉପରେ ଗଭୀର ଶିକ୍ଷା ପ୍ରଦାନ କରି ନିଃସ୍ବାର୍ଥପର କାର୍ଯ୍ୟ ଓ ଭକ୍ତିକୁ ଗୁରୁତ୍ୱ ଦେଇଥାଏ, ଯାହା ସଙ୍କଳ୍ପକୁ ଅନୁସନ୍ଧାନ…

ଆମ ପାଖଲୋକ

ମହାନ୍ତିବାବୁ ଛୋଟ ମୋଟ ଖଟିରେ ମଞ୍ଚ ସଞ୍ଚାଳନ କରୁଥିବା କଥା ତାଙ୍କ ପାଖଲୋକ ଜାଣିଥିଲେ। ନୂଆକରି କାର୍ଯ୍ୟରେ ଯୋଗ ଦେଇଥିବା ଅଧିକାରୀ କମ୍ପାନୀର ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri