ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ଦେଖିବାକୁ ମିଳେ। ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ଆଦି ରାଜ୍ୟର ଜଙ୍ଗଲରେ ବସବାସ କରୁଥିବା ଭୀଲ୍‌ ଜନଜାତି ସମ୍ପ୍ରଦାୟର ବିବାହ ପରମ୍ପରା ନିଆରା। ଏହିସବୁ ଜନଜାତିଙ୍କ ବିବାହରେ କନ୍ୟା ନିଜ ମଥାରେ ସିନ୍ଦୂର ଲଗାଇବା ବଦଳରେ ବର ତା’ର ହାତ ଆଙ୍ଗୁଠି ଧାରୁଆ ଅସ୍ତ୍ରରେ କାଟି ରକ୍ତର ଟିପା କନ୍ୟା ମଥାରେ ଲଗାଇଥାଆନ୍ତି। ଏହାଦ୍ୱାରା ଉଭୟ କନ୍ୟାବରଙ୍କ ମଧ୍ୟରେ ଜୀବନସାରା ପ୍ରେମସମ୍ପର୍କ ସୁଦୃଢ଼ ହୋଇଥାଏ ବୋଲି ଏହି ଜନଜାତି ସମ୍ପ୍ରଦାୟର ଲୋକେ ବିଶ୍ୱାସ କରନ୍ତି। ଭୀଲ୍‌ମାନେ ସାଧାରଣତଃ ସାହସିକତାକୁ ପସନ୍ଦ କରିଥାନ୍ତି। ତେଣୁ ସେମାନଙ୍କ ବିବାହରେ ଏଭଳି ପରମ୍ପରାକୁ ପ୍ରାଧାନ୍ୟ ଦିଆଯାଇଥାଏ। ମନରେ ସ୍ବାମୀ ଭାବେ ଗ୍ରହଣ କରିଥିବା ଭୀଲ୍‌ କନ୍ୟା ଜୀବନରେ ଅନ୍ୟ କାହାକୁ ବିବାହ କରନ୍ତି ନାହିଁ। ଭୀଲ୍‌ ସମ୍ପ୍ରଦାୟର ମହିଳାମାନେ ମଧ୍ୟ ଜଙ୍ଗଲରେ ଶିକାର କରିବାକୁ ପସନ୍ଦ କରନ୍ତି। ତେଣୁ ସେମାନେ ବୀର ଏବଂ ନିର୍ଭୀକ ଯୁବକଙ୍କୁ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ବାବୁ

ପ୍ରତି ଥର ନିର୍ବାଚନ ରଣାଙ୍ଗନରେ ହାକିମ ବାବୁମାନଙ୍କ ଗହଳି ଦେଖାଯାଏ। ରାଜନୀତିରେ ଲୋକମାନଙ୍କ ସହିତ ମିଶିବା ସହ ସାଧାରଣ ଜନତାଙ୍କୁ ପରଖି ସେମାନଙ୍କ ସେବା କରିବାର...

ଭୋଟଦାନ ପ୍ରତି ଅନାଗ୍ରହ

ସାଧାରଣତଃ ପ୍ରତି ପାଞ୍ଚବର୍ଷରେ ଥରେ ଭୋଟଦାନ ଭାରତୀୟ ସମ୍ବିଧାନ ଅନୁଯାୟୀ ସ୍ଥିରୀକୃତ ହୋଇଛି। ବେଳେବେଳେ ବିଭିନ୍ନ କାରଣରୁ ଏହି ସମୟସୀମା ହ୍ରାସ ପାଇଥାଏ। ବିରୋଧୀ ଦଳ...

ପାଶ୍ଚାତ୍ୟର ଅଧୋଗତି

ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୨ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ଆକ୍ରମଣ ଆରମ୍ଭହେବା ପରଠାରୁ ପାଶ୍ଚାତ୍ୟ ଯୁଦ୍ଧ ସ୍ଥିତିରେ ନିଜର କୌଣସି କ୍ଷତି ନ...

ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭...

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି...

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ...

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ...

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri