ଏଇ ଭାରତରେ

ଶାଶୁଘରେ ବୋହୂ ନିର୍ଯାତନା ପାଇବା ଏକ ସାଧାରଣ ଘଟଣା। ପୁଣି ବୋହୂ ବିଧବା ହେଲେ ସାହା ହେବାକୁ କେହି ନ ଥାନ୍ତି। କିନ୍ତୁ ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ସମାଜରେ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଏକ ଘଟଣା। ସ୍ଥାନୀୟ ହୀରାପୁର ଗାଁରେ ବାସକରୁଥିବା ଚମ୍ପା ବାଈ ବିଧବା ବୋହୂ ଜ୍ଞାନେଶ୍ୱରୀଙ୍କ ବିବାହ ନିଜର ଝିଅ ଭଳି କରିଛନ୍ତି। ୨୦୧୭ ଏପ୍ରିଲ ୨୦ରେ ଜ୍ଞାନେଶ୍ୱରୀଙ୍କ ସ୍ବାମୀ ଡୋମେନ୍ଦ୍ର ସାହୁଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ପୁଅର ମୃତ୍ୟୁ ପରେ ମା’ ଚମ୍ପା ବାଈ ବୋହୂର ପୁଣିଥରେ ବିବାହ କରାଇବାକୁ ଯୋଜନା କରିଥିଲେ। ଖୋଜାଖୋଜି କରିବା ପରେ କୋମଳ ରାମ ସାହୁ ନାମକ ଜଣେ ଯୁବକଙ୍କ ସହିତ ଚମ୍ପା ବାଈ ଏନେଇ କଥାବାର୍ତ୍ତା କରିଥିଲେ। କୋମଳ ରାମଙ୍କ ସ୍ତ୍ରୀ କୌଣସି କାରଣରୁ ତାଙ୍କୁ ଛାଡ଼ପତ୍ର ଦେଇଥିବାରୁ ସେ ବିପତ୍ନୀକ ହୋଇଯାଇଥିଲେ। ଏହାପରେ ଯୋଗାଡଯନ୍ତ୍ର କରି କୋମଳ ରାମଙ୍କ ସହିତ ଜ୍ଞାନେଶ୍ୱରୀଙ୍କ ବିବାହ କରାଯାଇଥିଲା। ଏହିି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri