ଏଇ ଭାରତରେ

ଜେଲରେ ରହନ୍ତି ଜଣେ ମାତ୍ର କଏଦୀ। କଥାଟା ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଗୁଜରାଟ ନିକଟବର୍ତ୍ତୀ ଆରବ ସାଗରର ଡିଉ ଆଇଲାଣ୍ଡରେ ଥିବା ଡିଉ ଫୋର୍ଟରେ ରହିଛି ଏହି ଜେଲ୍‌। ଏଥିରେ ଦୀପକ କାଞ୍ଜି(୩୦) ନାମକ ଜଣେ କଏଦୀ ରହୁଛନ୍ତି। ଡିଉ ଏକ କେନ୍ଦ୍ରଶାସିତ ଅଞ୍ଚଳ। ୨୦୧୩ରେ ଏଠାରେ ୭ ଜଣ କଏଦୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗୁଜରାଟର ଆମ୍‌ରେଲି ଜେଲକୁ ପଠାଇ ଦିଆଯାଇଥିଲା ଓ ୨ଜଣ ମୁକ୍ତ ହୋଇଯାଇଥିଲେ। ଶେଷକୁ ରହିଯାଇ ଥିଲେ ଦୀପକ। ସ୍ତ୍ରୀଙ୍କୁ ବିଷ ଦେଇ ମାରିବାକୁ ଉଦ୍ୟମ କରିବା ଅଭିଯୋଗରେ ଏବେ ତାଙ୍କ ମାମଲା ଡିଉ ସେସନ୍ସ କୋର୍ଟରେ ବିଚାରାଧୀନ ଅଛି। ଯେବେ ତାଙ୍କ ମାମଲାର ସମାଧାନ ହୋଇଯିବ ସେହିଦିନ ଉକ୍ତ ଜେଲକୁ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥାକୁ ହସ୍ତାନ୍ତର କରାଯିବ ଓ ସେ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କୁ ଆମ୍‌ରେଲି ଜେଲକୁ ପଠାଇ ଦିଆଯିବ। ସୂଚନାଯୋଗ୍ୟ, ଏବେ ସେହି ଜେଲ୍‌ରେ ଦୀପକଙ୍କ ପାଇଁ ୫ଜଣ ଗାର୍ଡ ଥିବା ବେଳେ ଜଣେ ଆସିଷ୍ଟାଣ୍ଟ ଜେଲର୍‌ ରହୁଛନ୍ତି। ନିକଟରେ ଥିବା ଏକ ରେଷ୍ଟୁରାଣ୍ଟରୁ ପ୍ରତିଦିନ ଦୀପକଙ୍କ ପାଇଁ ଖାଇବା ଆସିଥାଏ। ସେ ସେଠାରେ ପ୍ରତିଦିନ ଖବରକାଗଜ ଓ ମାଗାଜିନ୍‌ ପଢିବା ସହ ଦୂରଦର୍ଶନରେ କେବଳ ଆଧ୍ୟାତ୍ମିକ ଚ୍ୟାନେଲ ଦେଖିବାକୁ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri