ଏଇ ଭାରତରେ

ଆଜିକାଲି ଅନେକ ଅପରାଧମୂଳକ ଘଟଣା ଘରର ଚାରିକାନ୍ଥ ଭିତରେ ଘଟୁଥଲେ ବି ଏହା ଲୋକଲୋଚନକୁ ଆସିପାରେ ନାହିଁ। ଗୋଟିଏ ପରିବାରରେ ଶାଶୁଙ୍କୁ ବୋହୂ ପିଟୁଥିବାବେଳେ ନାତୁଣୀ ଏହି ଘଟଣାର ଭିଡିଓ ରେକର୍ଡିଂ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ହରିୟାଣା ଅନ୍ତର୍ଗତ ମହେନ୍ଦ୍ରଗଡ଼ର ନିଓ୍ବାଜ ନଗରରେ। ସେଠାରେ ରହୁଥିବା ଜଣେ ବୋହୂ ତାଙ୍କ ବୟସ୍କା ଶାଶୁଙ୍କୁ ଅତି ନିର୍ମମ ଭାବେ ବାଡେଇବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ତେବେ ବୋହୂ ଶାଶୁଙ୍କୁ ବାଡେଇବା ସମୟରେ ନାତୁଣୀ ଏହାର ଭିଡିଓ ରେକର୍ଡିଂ କରିଦେଇଥିଲେ। ଏବେ ଏହା ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବା ସହିତ ଖୁବ୍‌ ଚର୍ଚ୍ଚା ହେଉଛି। ଖବର ପାଇ ପୋଲିସ ଘଟଣାର ଯାଞ୍ଚ କରିବା ସହିତ ବୃଦ୍ଧାଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେଇଛି। ଏହାପରେ ବୃଦ୍ଧା ଜଣକ ଯେଉଁଠି ରହିବାକୁ ଇଚ୍ଛା ପ୍ରକାଶ କରିବେ ତାଙ୍କୁ ସେହିଠାରେ ଛାଡି ଦିଆଯିବ ବୋଲି ପୋଲିସ କହିଛି। ଅନ୍ୟପଟେ ଘଟଣାର ସତ୍ୟାସତ୍ୟ ଜଣାପଡିବା ପରେ ବୋହୂଙ୍କ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ରଜପର୍ବ

ରଜପର୍ବ ପ୍ରତି ବର୍ଷ ଜ୍ୟେଷ୍ଠ ମାସରେ ପଡ଼ିଥାଏ। ସୃତି ଅଛି ବସୁଧା ମା’ ବର୍ଷକରେ ଥରେ ରଜସ୍ବଳା ହୁଏ। ଆମ ପରମ୍ପରା ସଂସ୍କୃତିର ଏହା ଏକ ଅଙ୍ଗ,…

ଆସନ୍ତାକାଲି କିଏ ଦେଖିଛି

ଗତ କିଛିବର୍ଷ ହେବ ଶାସକଶ୍ରେଣୀ ତରଫରରୁ ପ୍ରତି ମୁହୂର୍ତ୍ତରେ ପ୍ରଚାର କରାଯାଉଛି ଯେ ୨୦୪୭ରେ ଭାରତ ବିକଶିତ ରାଷ୍ଟ୍ର ଏବଂ ୨୦୩୬ରେ ଓଡ଼ିଶା ବିକଶିତ ରାଜ୍ୟ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri