ଏଇ ଭାରତରେ

୧୨ ବର୍ଷ ବୟସରେ ବୋନ୍‌ କ୍ୟାନ୍‌ସରରେ ପୀଡ଼ିତ ହୋଇ ବି ହାର୍‌ ମାନିନାହାନ୍ତି ଉତ୍ତରପ୍ରଦେଶର ସନ୍ଦୀପ କୁମାର। ଗ୍ରାମୀଣ ଅଞ୍ଚଳରେ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ଉପଲବ୍ଧି କରି ସେ ସେଠାରେ ଏହାକୁ ପହଞ୍ଚାଇବାରେ ଲାଗିଛନ୍ତି। ଏହି କାର୍ଯ୍ୟ ସେ ନିଆରା ଢଙ୍ଗରେ କରୁଛନ୍ତି। ଗ୍ରାମୀଣ ଲୋକମାନଙ୍କୁ ସହରରେ ରହୁଥିବା ପ୍ରତିଷ୍ଠିତ ଡାକ୍ତରମାନଙ୍କ ସହ ପରାମର୍ଶ କରିବାର ସୁଯୋଗ ସୃଷ୍ଟି କରୁଛନ୍ତି। ସନ୍ଦୀପ ଏଥିପାଇଁ ‘ଡିଜି ସ୍ବାସ୍ଥ୍ୟ’ଅଭିଯାନ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଡାକ୍ତରଙ୍କ ସହ ରୋଗୀମାନେ ପରାମର୍ଶ କରିବା ଲାଗି କୌଣସି ଦେୟ ଦେବାକୁ ପଡ଼ୁନାହିଁ। ଏବେ ସୁଦ୍ଧା ସେ ୨୮,୦୦୦ ରୋଗୀଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ସାରିଲେଣି। ସନ୍ଥ କବିର ନଗର ଜିଲାର କଥାଇଚା ଗଁାରେ ଜନ୍ମିତ ସନ୍ଦୀପଙ୍କୁ ଚିକିତ୍ସା ପାଇଁ ୪୦ କି.ମି. ଯିବାକୁ ପଡ଼ୁଥିଲା ଓ ପରେ ସେ ସୁସ୍ଥ ହୋଇପାରିଥିଲେ। ଏହି ସମୟରେ ଗ୍ରାମୀଣ ରୋଗୀମାନଙ୍କ ଅସହାୟତାକୁ ସେ ନିକଟରୁ ଲକ୍ଷ୍ୟ କରିପାରିଥିଲେ। ୨୦୨୦ କୋଭିଡ୍‌ ମହାମାରୀ କଟକଣା ବେଳେ ସେ ଗାଁକୁ ଫେରିଆସି ପ୍ରଥମେ ୪ ଲକ୍ଷ ଟଙ୍କା ହାତରୁ ଖର୍ଚ୍ଚ କରି ଏକ ଟେଲିକନ୍‌ସଲଟେଶନ ସେଣ୍ଟର ଖୋଲିଲେ। ଏବେ ଉତ୍ତରପ୍ରଦେଶରେ ୫ଟି ସେଣ୍ଟର ଖୋଲିସାରିଲେଣି ଓ ଏସବୁରେ ସେ ୧୩୭ ସ୍ବାସ୍ଥ୍ୟକର୍ମୀଙ୍କୁ ସେବାରେ ନିୟୋଜିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri