ଏଇ ଭାରତରେ

ପ୍ରେମ ବାଧାବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପଳାଇଯାଇ ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି ଅନ୍ୟତ୍ର ବିବାହ କରିଥାନ୍ତି । ତେବେ ସେମାନଙ୍କ ସୁରକ୍ଷା ନେଇ ଅନେକ ସମୟରେ ସମସ୍ୟା ସୃଷ୍ଟି ହୋଇଥାଏ। ହିମାଚଳ ପ୍ରଦେଶରେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ପ୍ରେମୀଯୁଗଳ ଘରୁ ଲୁଚି ଏଠାରେ ଆଶ୍ରୟ ନିଅନ୍ତି। ଏହା ସେମାନଙ୍କ ପାଇଁ ଏକ ସୁରକ୍ଷିତ ସ୍ଥାନ। ହିମାଚଳ ପ୍ରଦେଶରେ କୁଲୁସ୍ଥିତ ଶାଙ୍ଘଡ ଗ୍ରାମରେ ମହାଦେବଙ୍କର ମନ୍ଦିର ରହିଛି। ଏଠାରେ ଘରୁ ଲୁଚି ପଳାଇ ଆସିଥିବା ପ୍ରେମୀଯୁଗଳଙ୍କୁ ଆଶ୍ରୟ ମିଳେ। ମହାଦେବଙ୍କ ଆଶୀର୍ବାଦ ମଧ୍ୟ ମିଳିଥାଏ। ପ୍ରେମୀଯୁଗଳ ବିବାହ ଉଦ୍ଦେଶ୍ୟରେ ଏହି ମନ୍ଦିରକୁ ଆସିଥାନ୍ତି। ଯେତେଦିନ ଯାଏ ଏହି ମନ୍ଦିର ପରିସରରେ ରୁହନ୍ତି ସେମାନଙ୍କୁ ମନ୍ଦିର ପକ୍ଷରୁ ସୁରକ୍ଷା ଯୋଗାଇ ଦିଆଯାଏ। ଏଠାକୁ ପୋଲିସ ମଧ୍ୟ ଆସନ୍ତି ନାହିଁ। ପରିବାର ପକ୍ଷରୁ ଅଭିଯୋଗ କରାଗଲେ ମଧ୍ୟ ପୋଲିସ ମନ୍ଦିର ପରିସରରୁ ପ୍ରେମୀଯୁଗଳକୁ ଗିରଫ କରେନାହିଁ। ମାଦକ ଦ୍ରବ୍ୟ, ଚମଡ଼ା ତିଆରି ଜିନିଷ ମନ୍ଦିର ଭିତରକୁ ନେବାକୁ ବାରଣ କରାଯାଇଥାଏ। ଏଠାରେ ବଡ଼ପାଟିରେ ମଧ୍ୟ କଥା ହେବାକୁ ମନା କରାଯାଏ। ଏହାଦ୍ୱାରା ଶାନ୍ତିଭଙ୍ଗ ହେବ ବୋଲି ଲୋକେ କହିଥାଆନ୍ତି। ବାସ୍ତବରେ ପ୍ରେମୀଯୁଗଳଙ୍କ ପାଇଁ ଏହି ସ୍ଥାନ ମର୍ତ୍ତ୍ୟର ଅମରାବତୀ କହିଲେ ଅତ୍ୟୁକ୍ତି ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri