ଏଇ ଭାରତରେ

ତାମିଲନାଡୁ ଥେନି ଅଞ୍ଚଳର ପି.ବିନ୍ଦୁ ଜୈବିକ କୃଷିର ଆୟରେ ନିଜ ପରିବାର ଚଳାଇ ଅନ୍ୟ ମହିଳାମାନଙ୍କୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ନେଉଛନ୍ତି। ବିନ୍ଦୁ ୧୮ ବର୍ଷ ବୟସରେ ବିବାହ କରିଥିଲେ। ସେ ୧୦ମ ଶ୍ରେଣୀ ଯାଏ ପଢିଛନ୍ତି। କିନ୍ତୁ ତାଙ୍କର ଦୁଇ ଝିଅଙ୍କୁ ଉଚ୍ଚଶିକ୍ଷା ଦେବା ଲାଗି ସେ ଜୈବିକ କୃଷି ଆରମ୍ଭ କରିଥିଲେ। ସେ କୃଷିବିଜ୍ଞାନ କେନ୍ଦ୍ରରୁ ଜୈବିକ କୃଷି ସମ୍ପର୍କରେ ପ୍ରଶିକ୍ଷଣ ନେଇଛନ୍ତି। ଏଥିରେ ସଫଳ ହେବା ସହ ସେ ଉପତ୍ାଦିତ ଶସ୍ୟରୁ ବିଭିନ୍ନ ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରି ‘ପାଶୁମାଇ’ ବ୍ରାଣ୍ଡ୍‌ରେ ବିକ୍ରି କରୁଛନ୍ତି। ଏହାକୁ ୨୦୨୦ରେ ପ୍ରଥମେ ୧୨ ଜଣ ମହିଳାଙ୍କୁ ନେଇ ଆରମ୍ଭ କରିଥିଲେ। ପରେ ତାଙ୍କ କୃଷିକାର୍ଯ୍ୟ ସହ ୧୦୦ରୁ ଅଧିକ ମହିଳା ସାମିଲ ହୋଇ ପାଶୁମାଇ ବ୍ରାଣ୍ଡ୍‌ରେ ସେମାନଙ୍କ ସାମଗ୍ରୀ ମଧ୍ୟ ବିକ୍ରି କରୁଛନ୍ତି। ବିନ୍ଦୁ ବର୍ଷକୁ ପାଖାପାଖି ୧୦ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେ ମହିଳାମାନଙ୍କୁ ଜୈବିକ କୃଷି ସମ୍ପର୍କରେ ଶିକ୍ଷା ଦେବା ଲାଗି ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ସାମିଲ କରୁଛନ୍ତି। ସେ ମଧ୍ୟ ମଞ୍ଜି ସଂଗ୍ରହ କରି ତାହାକୁ କୃଷି ବିଭାଗକୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଏକ ମରୁଡ଼ିପ୍ରବଣ ଅଞ୍ଚଳ। ବର୍ଷାଦିନ ପରେ ଏଠାରୁ ଭାରଓ୍ବାଡ ଯାଯାବର ସମ୍ପ୍ରଦାୟର ଲୋକେ ଗୃହପାଳିତ ପଶୁଙ୍କୁ ନେଇ ଅନ୍ୟ ଚାରଣଭୂମି ଅଞ୍ଚଳକୁ ଚାଲିଯାଆନ୍ତି। ସେମାନେ…

ପ୍ରକୃତିର ସ୍ବରୂପ

ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା-୧୮ରେ କୁହାଯାଇଛି, ”ପ୍ରକାଶ କ୍ରିୟା ସ୍ଥିତି ଶୀଳଂ ଭୂତେନ୍ଦ୍ରିୟାତ୍ମକଂ ଭେଗାପବର୍ଗାଥଂ ଦୃଶ୍ୟମ“। ଏହାର ଅର୍ଥ ହେଲା ପ୍ରକାଶ, କ୍ରିୟା…

ସବୁଜ ସାଧକ କାଳିନ୍ଦୀ ଚରଣ

ଜନ୍ମ ଆମର ମଣିଷ କୁଳରେ ନାହିଁ ଇଜ୍ଜତ୍‌ ମାନ, ଆମ ଝିଅବୋହୂ ସବୁରି ଶାଳୀ ହେ ଆମେ ଶଳା ସଇତାନ“। କବିତାରେ ସର୍ବହରା ମଣିଷର ଏହି ଇସ୍ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri