ଏଇ ଭାରତରେ

ଗୁରୁଙ୍କ ଗୌରବ କଥା ଆସିଲେ ମନେପଡ଼ନ୍ତି ବିହାରର ରଜନୀକାନ୍ତ ଶ୍ରୀବାସ୍ତବ। ୧୬ ବର୍ଷ ହେଲା ସେ ପିଲାମାନଙ୍କୁ ଏକ ଟଙ୍କା ଦକ୍ଷିଣାର ପଢ଼ାଉଛନ୍ତି। ରୋହତାସ ଜିଲା ବିକ୍ରମଗଞ୍ଜରେ ସେ ଏକ ସ୍ବତନ୍ତ୍ର କ୍ଲାସ କରୁଛନ୍ତି ଓ ତାହାକୁ ‘ଏକ ଟଙ୍କା ଦକ୍ଷିଣା କ୍ଲାସ୍‌’ ବୋଲି ସମସ୍ତେ ଜାଣନ୍ତି। ରଜ୍‌ନୀ ଜଣେ ଗଣିତ ଶିକ୍ଷକ। ସେ ପିଲାମାନଙ୍କୁ ଦେଶର ପ୍ରତିଷ୍ଠିତ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବାରେ ସାହାଯ୍ୟ କରୁଛନ୍ତି। ପ୍ରତ୍ୟେକ ଛାତ୍ରଙ୍କ ପାଇଁ ସେ ଦେୟ ରଖିଛନ୍ତି ୧ଟଙ୍କା। ରଜ୍‌ନୀଙ୍କ ଆଦ୍ୟଜୀବନ ଅର୍ଥାଭାବରେ କଟିଥିଲା। ସେ ଇଞ୍ଜିନିୟର ହୋଇପାରି ନ ଥିଲେ ହେଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ୧ଟଙ୍କା ଦେୟରେ ପଢ଼ାଇବା ସହ ଗଣିତରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୨୦୦୮ରେ ସେ କୋଚିଂ କ୍ଲାସ୍‌ ଖୋଲିଥିଲେ। ଏବେ ସୁଦ୍ଧା ତାଙ୍କ ନିକଟରୁ ପ୍ରାୟ ୧ ହଜାର ପିଲା କୋଚିଂ ନେଇ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇ ସାରିଲେଣି। ରଜ୍‌ନୀ କୋଚିଂ ସେଣ୍ଟରରେ ପଢ଼ାଇ ଯାହା ରୋଜଗାର କରୁଛନ୍ତି ତାହାକୁ ତାଙ୍କ କୋଚିଂ କ୍ଲାସ୍‌ ପରିଚାଳନାରେ ଖର୍ଚ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri