ଏଇ ଭାରତରେ

ଏପରି ଅନେକ ରହସ୍ୟମୟ ବିଷୟ ରହିଛି ଯାହା ଅନେକଙ୍କୁ ଅଜଣା। ପ୍ରକୃତି କୋଳରେ ବଢ଼ୁଥିବା ବିଭିନ୍ନ ବୃକ୍ଷକୁ ଲୋକେ ପୂଜା କରିଥାନ୍ତି। ଶାଳଗଛ ତନ୍ମଧ୍ୟରୁ ଅନ୍ୟତମ। ଛତିଶଗଡ଼ର ବାଲ୍‌କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ପୁରାତନ ଶାଳଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗ୍ରାମବାସୀ ଏହି ଗଛ ନିକଟରେ ପୂଜା କରନ୍ତି। ଗଛର ଉଚ୍ଚତା ୨୮ ମିଟର ଓ ଗୋଲେଇ ୨୮ଫୁଟ ୨ ଇଞ୍ଚ। ଏହାକୁ ବନଖଣ୍ଡ କର୍ମଚାରୀମାନେ ୨୦୦୬ରେ ଚିହ୍ନଟ କରିଥିଲେ। ଏହାର ବୟସ ଜାଣିବା ପାଇଁ ଗଛର କେତେକ ସଂଗୃହୀତ ନମୁନା ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗକୁ ପଠାଯାଇଥିଲା। ଗବେଷଣାରୁ ଜଣାପଡ଼ିଥିଲା ଗଛଟିର ବୟସ ୧୪ଶହ ବର୍ଷରୁ ଅଧିକ ହେବ। ତେବେ ଶାଳ ଗଛର ଆୟୁଷ ୨ ହଜାର ବର୍ଷ ହୋଇଥାଏ ବୋଲି ଡେରାଡୁନ୍‌ସ୍ଥିତ ବନ ଗବେଷଣା ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହି ଗଛକୁ ଦେଖିବାକୁ ଦେଶବିଦେଶରୁ ଅନେକ ପର୍ଯ୍ୟଟକ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ଏଇ ଭାରତରେ

ଅବସର ଜୀବନ ଶେଷ ନୁହେଁ। ଏହାପରେ ନିଜେ ଭଲ ପାଉଥିବା ଯେକୌଣସି ବୃତ୍ତିକୁ ଆପଣାଇ ପୁନର୍ବାର ରୋଜଗାର କରିବା ସହ ଏକ ସୁସ୍ଥ ଓ ଚଳଚଞ୍ଚଳ ଜୀବନ…

ମଣିଷକୃତ ବିପର୍ଯ୍ୟୟ

ପର୍ଯ୍ୟାୟକ୍ରମେ ଘଟୁନଥିବା ବିପଦକୁ ବିପର୍ଯ୍ୟୟ କୁହାଯାଏ। ଆଗକାଳରେ ଆଗରୁ ତାହା ଜାଣିହେଉନଥିଲା ବୋଲି ପର୍ଯ୍ୟାୟ-ହୀନ ବା ବିପର୍ଯ୍ୟୟ କୁହାଯାଉଛି। ତାହା ଯଦି ଭୌଗୋଳିକ କାରଣରୁ ଘଟିଥାଏ, ତାକୁ…

ଚାକିରିଆ ମାନସିକତା

ମୁଁ ପାଠ ପଢ଼ିବି। ବଡ଼ ମଣିଷ ହେବି। ବଡ଼ ଚାକିରି କରିବି। ବେସରକାରୀ ଚାକିରି ନୁହେଁ, କେବଳ ସରକାରୀ ଚାକିରି। ସମସ୍ତଙ୍କ ମୁହଁରେ ଏଇ ଗୋଟିଏ କଥା।…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri