ଏଇ ଭାରତରେ

ଗ୍ରାମାଞ୍ଚଳର ପିଲାମାନଙ୍କ ପାଇଁ ଶିକ୍ଷା, ମନୋରଞ୍ଜନ ତଥା ଖେଳର ଆବଶ୍ୟକତାକୁ ଲକ୍ଷ୍ୟ କରି ଆଇଏଏସ୍‌ ଅଧିକାରୀ ବିବେକ ଜନ୍‌ସନ ଯେଉଁ ପଦକ୍ଷେପ ନେଇଛନ୍ତି ତାହା ପ୍ରେରଣାଦାୟକ। ୨୦୨୨ରୁ ମହାରାଷ୍ଟ୍ର ଚନ୍ଦ୍ରପୁର ଜିଲାର ଚିଫ୍‌ ଏକ୍‌ଜିକ୍ୟୁଟିଭ ଅଫିସର ଭାବେ କାର୍ଯ୍ୟରତ ବିବେକ ଜନ୍‌ସନ ସରକାରୀ ପାଣ୍ଠି ଓ ବ୍ୟବସ୍ଥାର ସହଯୋଗରେ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ ୨୮ଟି ସାଇନ୍ସ ପାର୍କ ନିର୍ମାଣ କରିସାରିଛନ୍ତି ଓ ଆଉ ୫୦ଟି ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ପାର୍କଗୁଡ଼ିକରେ ଉତ୍ସର୍ଗୀକୃତ ଶିକ୍ଷକମାନଙ୍କର ଏକ ଟିମ୍‌ ପିଲାମାନଙ୍କୁ ସହଯୋଗ କରୁଛନ୍ତି। ଶିକ୍ଷକମାନେ ସ୍କୁଲରେ ପଢ଼ାଇବା ସହ ଏହି କାର୍ଯ୍ୟ ପାଇଁ ସମୟ ଦେଉଛନ୍ତି। ଏହା ସହ ଚନ୍ଦ୍ରପୁର ଜିଲାର ୧୫ଟି ବ୍ଲକରେ ଜନ୍‌ସନ ୭୦ଟି ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ କରିଛନ୍ତି। ଏଠାରେ ପିଲାମାନେ ଦୌଡ଼, ବାସ୍କେଟବଲ, ଭଲିବଲ ଇତ୍ୟାଦି ଖେଳିବାର ସୁଯୋଗ ପାଉଛନ୍ତି। ସାଇନ୍ସ ପାର୍କ ଓ ସ୍ପୋଟର୍‌ସ କମ୍ପ୍ଲେକ୍ସରୁ ଏବେ ପାଖାପାଖି ୧୦,୦୦୦ ଗ୍ରାମୀଣ ପିଲା ଉପକୃତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri