ଏଇ ଭାରତରେ

ସରକାରୀ ସ୍କୁଲରେ ପିଲା ସଂଖ୍ୟା କମିବା ଏବେ ଚିନ୍ତାର କାରଣ ହେଉଛି। ଏଥିରେ ସୁଧାର ଆଣିବା ଲାଗି ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ତଥାପି ସଫଳତା ଆଶାନୁରୂପ ହୋଇପାରୁନାହିଁ। କିନ୍ତୁ ମଧ୍ୟପ୍ରଦେଶର ନାଗପୁର-ଛିନ୍ଦଓ୍ବାଡା ରାସ୍ତାକଡ଼ରେ ଥିବା ଉମରାନାଳାସ୍ଥିତ ସରକାରୀ ପ୍ରାଥମିକ ସ୍କୁଲରେ ପିଲା ସଂଖ୍ୟା ବୃଦ୍ଧି କରିବାରେ ଜଣେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ଏହି ଶିକ୍ଷକ ହେଉଛନ୍ତି ମହେଶ ଭାଦେ। ୨୦୧୯ରେ ସେ ଏହି ସ୍କୁଲରେ ନିଯୁକ୍ତି ପାଇଥିଲେ। ସେତେବେଳେ ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏ ମାତ୍ର ୫ଜଣ ପିଲା ପଢୁଥିଲେ। ପରେ ଏହି ସ୍କୁଲର ବିକାଶ ହେବା ପରେ ଏବେ ୪୮ରୁ ଅଧିକ ପିଲା ପଢୁଛନ୍ତି। ମହେଶ ଛୁଟିଦିନରେ ସବୁ ପରିବାରକୁ ଭେଟି ଶିକ୍ଷାର ମହତ୍ତ୍ୱ ସମ୍ପର୍କରେ ସଚେତନ କରିବାରେ ଲାଗିଗଲେ। ନିଜ ଖର୍ଚ୍ଚରେ ସ୍କୁଲର କିଛି ବିକାଶ ଓ ପଢ଼ାରେ ଉନ୍ନତି ଆଣିବା ପରେ ଏବେ ଘରୋଇ ସ୍କୁଲରୁ ପିଲାମାନେ ଆସି ଏହି ସରକାରୀ ସ୍କୁଲରେ ନାମ ଲେଖାଉଛନ୍ତି। ସ୍କୁଲରେ ପିଲାଙ୍କ ପାଇଁ ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ବି କରାଯାଉଛି। ମହେଶ ସ୍କୁଲ ପରିସରରେ ବହୁ ଗଛ ଲଗାଇ ପରିବେଶକୁ ସବୁଜ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କଠିନ ବର୍ଜ୍ୟକୁ ମାତ୍ର ୮ ଘଣ୍ଟା ମଧ୍ୟରେ ନ୍ୟୁଟ୍ରିଣ୍ଟ ପରିପୂର୍ଣ୍ଣ ଖତରେ ପରିଣତ କରିପାରୁଛି ଗୋଲ୍‌ଡ କମ୍ପୋଷ୍ଟର। ‘ଓ୍ବେଷ୍ଟ ଇଜ୍‌ ଗୋଲ୍‌ଡ ଟେକ୍‌ନୋଲୋଜି’ ଷ୍ଟାର୍ଟଅପ୍‌ ମାଧ୍ୟମରେ...

ଆଇନଜୀବୀ ଓ ଆଇନଜ୍ଞ ମଧୁବାବୁ

ସିତାଂଶୁ ମୋହନ ଦ୍ୱିବେଦୀ   ମହାତ୍ମା ଗାନ୍ଧୀ, ଚିତ୍ତରଞ୍ଜନ ଦାସ, ମୋତିଲାଲ ନେହେରୁ ଏବଂ ମଧୁସୂଦନ ଦାସ ପ୍ରମୁଖ ପ୍ରଖ୍ୟାତ ଆଇନଜୀବୀଗଣ ଆଇନଜ୍ଞ ଭାବରେ ତଥା...

ଖଣ୍ଡିଏ ଭୋଟ୍‌ର ମୂଲ୍ୟ

ଅଧ୍ୟାପକ ନିରଞ୍ଜନ ପାଢ଼ୀ   ନିର୍ବାଚନ ପାଇଁ ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଭାରତ ଭଳି ଏକ ବିଶାଳ ଗଣତନ୍ତ୍ରର ଭାଗ୍ୟଡୋରି ହାତକୁ ନେବା...

ହିନ୍ଦୁତ୍ୱର ସଙ୍କେତ

ଭାଷଣରେ ଲୋକ ପ୍ରତିନିଧିତ୍ୱ ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗ ପ୍ରଧାନମନ୍ତ୍ରୀଙ୍କ ଉପରେ ଲଗାଯାଇଛି। ଏହି ଭାଷଣକୁ ବିରୋଧୀ ସାମ୍ପ୍ରଦାୟିକ ବୋଲି କହିଛି। ତାଙ୍କୁ ଅଯୋଗ୍ୟ ଘୋଷଣା...

ଏଇ ଭାରତରେ

ଶ୍ରମିକମାନଙ୍କୁ ହଳେ ସ୍ଲିପର ଓ ମହିଳାମାନଙ୍କୁ ରୋଜଗାର ଯୋଗାଇବା ଲାଗି ଦିବ୍ୟାଂଶୁ ଉପାଧ୍ୟାୟ ଏକ ଅଭିନବ ଅଭିଯାନ ଚଳାଇଛନ୍ତି। ଦିବ୍ୟାଂଶୁ ରହୁଛନ୍ତି ଉତ୍ତରପ୍ରଦେଶ ବନାରସରେ। ସେ...

ବାଲୁଚିସ୍ତାନ ସହ ବିଶ୍ବାସଘାତକତା

ଲଳିତେନ୍ଦୁ ପଲାଉରୀ ପାକିସ୍ତାନର ପ୍ରମୁଖ ପ୍ରଦେଶ ବାଲୁଚିସ୍ତାନ ଦୀର୍ଘ ୭୫ ବର୍ଷରୁ ଅଧିକ ସମୟ ଧରି ଅଲଗା ରାଷ୍ଟ୍ର ଦାବି କରୁଥିବା ବେଳେ ଦିନକୁ ଦିନ...

ସମ୍ବିଧାନ ବଦଳାଇବାକୁ ନେଇ ଆଶଙ୍କା

ଭାଲଚନ୍ଦ୍ର ଷଡ଼ଙ୍ଗୀ ଦେଶରେ ସାଧାରଣ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଚାଲିଥିବା ବେଳେ ସମ୍ବିଧାନକୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ...

Dillip Cherian

ଅଜବ ଅଭିଯୋଗ

ସାରା ଦେଶରେ ଏବେ ଲୋକ ସଭା ନିର୍ବାଚନକୁ ନେଇ ଉତ୍କଣ୍ଠା ପ୍ରକାଶ ପାଇଛି। ଏହା ମଧ୍ୟରେ ଭେଦଭାବପୂର୍ଣ୍ଣ କାର୍ଯ୍ୟ ଏବଂ ଅମଲାତାନ୍ତ୍ରିକ ଦ୍ୱନ୍ଦ୍ୱର ଏକ ବିଚିତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri