ଏଇ ଭାରତରେ

ଉତ୍ତରପ୍ରଦେଶର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ବିକାଶ ନାୟକ ଇକୋଟୁରିଜମ୍‌କୁ ପ୍ରୋତ୍ସାହିତ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ବଡ଼ କଥା ହେଉଛି ଏକ ଶୁଷ୍କ ତଥା ଚାଷ ଅନୁପଯୋଗୀ ଜମିରେ ଏହି ପର୍ଯ୍ୟଟନ କେନ୍ଦ୍ର କରାଯାଇଛି। ଫିରୋଜାବାଦ ଜିଲାର ଶିଖୋହାବାଦ ନିକଟରେ ଏହି ଇକୋଟୁରିଜମ୍‌ କେନ୍ଦ୍ର ଖୋଲାଯାଇଛି। ମାର୍ଚ୍ଚ ୨୦୨୩ରେ ଏହାର କାର୍ଯ୍ୟ ଆରମ୍ଭ କରାଯାଇଥିଲା । ବିକାଶ ଏବଂ ତାଙ୍କ ଟିମ୍‌ର ଅକ୍ଳାନ୍ତ ପରିଶ୍ରମରେ ୧୧ ମାସ ପରେ ଏହା ଶେଷ କରାଯାଇଛି। ଚଳିତ ବର୍ଷ ଫେବୃୟାରୀରେ ଏହାର ଉଦ୍‌ଘାଟନ କରାଯାଇଥିଲା ଓ ସେହିଦିନ ୧୦୦ ଲୋକ ସେଠାକୁ ବୁଲିବାକୁ ଯାଇଥିଲେ। ସେଠାରେ ରହିବା ଲାଗି କାଠରେ ତିଆରି ଘର କରାଯାଇଛି। ଏହାବାଦ୍‌ ସ୍ପିଡ୍‌ ବୋଟିଂ, ପକ୍ଷୀ ଦେଖିବା ସ୍ଥାନ ଏବଂ ଗୁମ୍ଫା ଅନ୍ବେଷଣର ସୁବିଧା କରାଯାଇଛି। ଏକ ପ୍ରଜାପତି ପାର୍କ ବି ଅଛି। ଏହି ଅଞ୍ଚଳକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ କରିବାରେ ବିକାଶ ସକ୍ଷମ ହୋଇପାରିଛନ୍ତି। ସ୍ବୟଂ ସହାୟିକା ଗୋଷ୍ଠୀ ସେଠାରେ ସେମାନଙ୍କ ଦ୍ୱାରା ଉପତ୍ାଦିତ ସାମଗ୍ରୀ ବିକ୍ରି କରୁଛନ୍ତି । ଆଇଏଫ୍‌ଏସ୍‌ ଅଧିକାରୀ ବିକାଶଙ୍କ ଏହି ଇକୋଟୁରିଜମ୍‌ ସେଣ୍ଟରରେ ନିଯୁକ୍ତି ସୃଷ୍ଟି ହେବା ସହ ଜୈବବିବିଧତାର ସୁରକ୍ଷା ମଧ୍ୟ ହୋଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri