ଏଇ ଭାରତରେ

ଭୋଟ ପାଇଁ ନିମନ୍ତ୍ରଣ ପତ୍ର। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି କି! ହେଲେ ଏହା କୌଣସି ମନଗଢ଼ା କଥା ନୁହେଁ, ବରଂ ପ୍ରତି ଘରେ ଘରେ ଭୋଟରମାନଙ୍କୁ ଏବେ ନିମନ୍ତ୍ରଣ ପତ୍ର ବଣ୍ଟା ଆରମ୍ଭ ହୋଇଛି। ତେବେ ଏହା କୌଣସି ରାଜନୈତିକ ଦଳ ପକ୍ଷରୁ ନୁହେଁ, ଖୋଦ ନିର୍ବାଚନ କମିଶନ ଏମିତି ଏକ ପ୍ରୟାସ ଆରମ୍ଭ କରିଛନ୍ତି। ଆଉ ଏଭଳି ଏକ ଭିନ୍ନ ଧରଣର ଘଟଣା ଦେଖିବାକୁ ମିଳିଛି ହରିୟାଣାରେ। ପ୍ରକୃତ କଥା ହେଉଛି ମତଦାନ ନିମନ୍ତେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ନିର୍ବାଚନ କମିଶନଙ୍କର ଏଭଳି ନିମନ୍ତ୍ରଣ ପତ୍ରକୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଆଗକୁ ଲୋକ ସଭା ନିର୍ବାଚନ ଥିବାରୁ ନିର୍ବାଚନ କମିଶନ ଭୋଟରଙ୍କୁ ସଚେତନ କରିବା ସହ ମତଦାନ ନିମନ୍ତେ ଉତ୍ସାହିତ କରିବା ସକାଶେ ଏଭଳି ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଉଛନ୍ତି। ଏଥିପାଇଁ ସେ ଅବିକଳ ନିମନ୍ତ୍ରଣ ପତ୍ର ପରି ଲାଲ୍‌ ରଙ୍ଗର କାର୍ଡ ଛପାଇଛନ୍ତି; ଯେଉଁଥିରେ ବିବାହ କାର୍ଯ୍ୟସୂଚୀ ଥିବା ଭଳି ଡିଜାଇନ୍‌ କରି ମତଦାନ ତାରିଖ ଓ ଅନ୍ୟ ସବୁ ପ୍ରକାର ସୂଚନା ଦେଇଛନ୍ତି। ନିମନ୍ତ୍ରଣ ପତ୍ର ମାଧ୍ୟମରେ ଭୋଟଦାନ ଅଧିକାରକୁ ନେଇ ସଚେତନତା ସୃଷ୍ଟି କରିବା ହିଁ ମୁଖ୍ୟ ଲକ୍ଷ୍ୟ। ମତଦାନ ହାର ବୃଦ୍ଧି ପାଇବ କି ନାହିଁ ତାହା ତ ଆଉ କିଛିଦିନ ପରେ ସ୍ପଷ୍ଟ ହୋଇଯିବ, କିନ୍ତୁ ଏବେ ଏହି ନିମନ୍ତ୍ରଣ ପତ୍ରକୁ ନେଇ ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଏଭଳି ଭାବେ ୫୦ ଲକ୍ଷରୁ ଅଧିକ ଘରକୁ ନିମନ୍ତ୍ରଣ ପତ୍ର ବାଣ୍ଟିବାର ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri