ଏଇ ଭାରତରେ

ତିନି ବନ୍ଧୁ ଗ୍ରାମୀଣ ଅଞ୍ଚଳର ରୋଗୀମାନଙ୍କୁ ମାତ୍ର ୧ ଟଙ୍କାରେ ଇ-କ୍ଲିନିକ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା କରିଛନ୍ତି। ଆଙ୍କାଶ ଟଣ୍ଡନ ଏବଂ ତାଙ୍କର ଦୁଇ ବନ୍ଧୁ ସକେତ ଆସତି ଓ ଅଙ୍କୁର ଚୌରାସିଆ ଡିଗିକ୍ୟୁରେ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହି ସେବା ଯୋଗାଇ ଦେଉଛନ୍ତି। ଉକ୍ତ ଷ୍ଟାର୍ଟଅପ୍‌କୁ ସେମାନେ ୨୦୨୦ରେ ପ୍ରତିଷ୍ଠା କରିଥିଲେ। ସେ ଟେଲିକନ୍‌ସଲଟେଶନ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାରେ ରୋଗୀମାନଙ୍କୁ ସାହାଯ୍ୟ କରୁଛନ୍ତି । ଏଥିପାଇଁ ଲୋକମାନଙ୍କୁ ସକ୍ଷମ କାର୍ଡ ଦିଆଯାଉଛି, ଯାହାଦ୍ୱାରା ସେମାନେ ଏହି ସେବା ପାଉଛନ୍ତି। ଏ ପର୍ଯ୍ୟନ୍ତ ତିନିବନ୍ଧୁ ମଧ୍ୟପ୍ରଦେଶର ୨୦,୦୦୦ ଲୋକଙ୍କୁ ଏହି ସେବା ଯୋଗାଇ ଦେଇସାରିଲେଣି। ସେମାନେ ଲୋକମାନଙ୍କୁ ବି ଡିଜିଟାଲ ପ୍ରେସ୍‌କ୍ରିପଶନ ଏବଂ ଲାବ୍‌ ଟେଷ୍ଟ ସର୍ଭିସ ମଧ୍ୟ ଯୋଗାଇ ଦେଉଛନ୍ତି । ଏପରି କି ଆବଶ୍ୟକ ପଡ଼ିଲେ ରୋଗୀଙ୍କୁ ତାଙ୍କ ସହଭାଗୀ ହସ୍ପିିଟାଲକୁ ପଠାଇବାର ବ୍ୟବସ୍ଥା କରୁଛନ୍ତି।
୩୬୫ ଟଙ୍କା ଦେଲେ ଲୋକେ ବର୍ଷସାରା ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଡିଗିକ୍ୟୁରେ ୧୦ ହସ୍ପିଟାଲର ୬୦ ଜଣ ଡାକ୍ତର ଯୋଡି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri