ଏଇ ଭାରତରେ

ଇଚ୍ଛାଶକ୍ତି ଥିଲେ ବୟସ ବାଧକ ହୋଇପାରେ ନାହିଁ, ଯାହା ପ୍ରମାଣିତ କରିଛନ୍ତି ମନୀଷା ଗୋସାଇଁ ଓ ତାଙ୍କ ଭଉଣୀ ନମିତା ନେଗି। କେବଳ ସେତିକି ନୁହେଁ ପରିବାର ତଥା ସମାଜ ପାଇଁ ଗୃହିଣୀଙ୍କ ଅବଦାନର ମହତ୍ତ୍ୱକୁ ପ୍ରତିପାଦିତ କରିଛନ୍ତି। ଉଭୟଙ୍କ ବୟସ ୪୦ ଟପିଯାଇଥିଲେ ବି ସେମାନେ କେବଳ ଘର କାମରେ ସୀମିତ ନ ରହି ଚାଷ କରୁଛନ୍ତି। ରହୁଛନ୍ତି ଉତ୍ତରାଖଣ୍ଡର ଡେରାଡୁନ୍‌ରେ। ମନୀଷାଙ୍କ ସ୍ବାମୀ ଜଣେ ଅବସରପ୍ରାପ୍ତ କର୍ନେଲ ବିକାଶ ଗୋସାଇଁ ଏବଂ ନମିତାଙ୍କ ସ୍ବାମୀ ବିନିତ ସିଂ ନେଗି। ସେମାନେ ଗୁଜବେରି ଚାଷ କରି ବର୍ଷକୁ ୧୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେମାନଙ୍କ ଫାର୍ମର ନାମ ଦେଇଛନ୍ତି ଡୁନ୍‌ ଗୁଜବେରି ଫାର୍ମ। ସେମାନେ ଗୁଜବେରି ବ୍ୟତୀତ ଟମାଟୋ, ବାଇଗଣ, କଖାରୁ, ପୋଇ ଆଦି ପରିବା ମଧ୍ୟ ଚାଷ କରୁଛନ୍ତି। ଚାଷରେ ଉଭୟଙ୍କ ସ୍ବାମୀ ସେମାନଙ୍କୁ ସାହାଯ୍ୟ କରୁଛନ୍ତି। ଦୁଇ ଭଉଣୀ ଏତିକିରେ ଅଟକି ଯାଇନାହାନ୍ତି, ଅଁଳା, ଆମ୍ବ, ହଳଦୀ, ଲେମ୍ବୁ ଏବଂ ଟମାଟୋରୁ ବିଭିନ୍ନ ଉପତ୍ାଦ ପ୍ରସ୍ତୁତ କରି ତାହାକୁ ମଧ୍ୟ ବିକ୍ରି କରୁଛନ୍ତି। ଏହିସବୁ କାର୍ଯ୍ୟରେ ସେମାନେ ମହିଳାମାନଙ୍କୁ ମଧ୍ୟ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶୋଧର ଖଡ୍ଗ

ନ୍ୟାୟର ନିକିତିରେ ଯେତେବେଳେ ଅପଳାପର ଗରଳ ମିଶିଯାଏ, ସେତେବେଳେ ଆଇନର ଆଶ୍ରୟ ଅବିଚାରର ଆୟୁଧରେ ପରିଣତ ହୁଏ। ବୋହୂ ନିର୍ଯାତନାକୁ ପ୍ରତିହତ କରିବା ନିମନ୍ତେ ପ୍ରଣୀତ ଭାରତୀୟ…

ଅସରପା ଆଉ ଅଟୋକ୍ରାସି

କକ୍‌ରୋଚ୍‌ ଜନତା ପାର୍ଟି ଏକ ଥଟ୍ଟାଳିଆ ନାମକରଣ ବୋଲି ଭାବିଥିବା ପାଠକମାନଙ୍କୁ ଏବଂ ହିନ୍ଦୁତ୍ୱରେ ବୁଡିରହିଥିବା ପାଠକମାନଙ୍କୁ କ୍ଷମା ମାଗି ମୁଁ ଗୀତାର ଜଣାଶୁଣା ଉକ୍ତିକୁ ରୂପାନ୍ତର…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା…

ଭିଆଇପି ପରମ୍ପରା

ଭିଆଇପି ପରମ୍ପରା ଅତ୍ୟନ୍ତ ଅଶୋଭନୀୟ ଓ ଅରୁଚିକର ପରିସ୍ଥିତି ସୃଷ୍ଟି କରିଥାଏ। ଭିଆଇପିମାନଙ୍କ ପାଇଁ ଆୟୋଜକଙ୍କ କେବଳ ସମୟ ଓ ସମ୍ବଳର ଅପଚୟ ହୁଏ ତାହା ନୁହେଁ,…

ସ୍ବାଭିମାନର ଅନନ୍ୟ ଆଭା

ମାଟିର ସୁକନ୍ୟା ନନ୍ଦିନୀ ଶତପଥୀ। ନାରୀ ଅସ୍ମିତାର ଏକ ତେଜୋଦୀପ୍ତ ସ୍ବର। ତାଙ୍କ ଦେଶପ୍ରେମ, ନିର୍ଭୀକତା, ସାହସିକତା ଓ ବେସାଲିସପଣକୁ ନେଇ ଗଢ଼ିଉଠିଛି ଅନେକ କଥା, କାହାଣୀ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri