ଏଇ ଭାରତରେ

ବିବାହ ସମୟରେ ଯୌତୁକ ଦେବା ନେବା କିମ୍ବା ଭୋଜିରେ ଖାଇବା ପିଇବାକୁ ନେଇ ଅନେକ ସମୟରେ ବରପକ୍ଷ ଓ କନ୍ୟାପକ୍ଷ ମଧ୍ୟରେ ଝଗଡ଼ା ଦେଖିବାକୁ ମିଳିଥାଏ। ହେଲେ ଗୋଟିଏ ନଡ଼ିଆ ପାଇଁ ଉଭୟ ପକ୍ଷ ଝଗଡ଼ା କରି ବିବାହ ବନ୍ଦ କରିବା ଘଟଣା ଶୁଣିଛନ୍ତି! ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଗ୍ବାଲିଅରରେ। ଏଠାରେ ବେହଟ ଥାନା ଅଞ୍ଚଳରେ ନୀଲୁ ମାହୋର ଓ ପ୍ରଦୀପ ମାହୋରଙ୍କର ବିବାହ ଅନୁଷ୍ଠିତ ହେଉଥିଲା। ଶୋଭାଯାତ୍ରାରେ ବର ଆସିବା ପରେ ବିବାହ କାର୍ଯ୍ୟ ମଧ୍ୟ ସୁରୁଖୁରୁରେ ଚାଲିଥିଲା। ହେଲେ ବିବାହ କର୍ମ ଅଧା ହେବା ବେଳକୁ ନଡ଼ିଆ ଭଲ ନ ଥିବାରୁ ହଠାତ୍‌ ଆରମ୍ଭ ହୋଇଥିଲା ଝଗଡ଼ା। ବେଦି ଉପରେ କର୍ମ ପାଇଁ ଆସିଥିବା ନଡ଼ିଆକୁ ନେଇ ବରପକ୍ଷ କିଛି ଟିପ୍ପଣୀ ଦେବାରୁ ସେହି କଥାକୁ ନେଇ ପାଟିତୁଣ୍ଡ ଆରମ୍ଭ ହୋଇଯାଇଥିଲା। କଥା ଏମିତି ହୋଇଥିଲା ଯେ ଶେଷରେ ବିବାହ କର୍ମ ବନ୍ଦ କରିବାକୁ ପଡିଥିଲା ଓ ଘଟଣା ଯାଇ ପହଞ୍ଚତ୍ଥିଲା ଥାନାରେ। ତେବେ ଦୁଇପକ୍ଷଙ୍କ ଯୁକ୍ତି ଶୁଣିବା ପରେ ପୋଲିସ ଉଭୟ ପକ୍ଷଙ୍କୁ ବହୁ କଷ୍ଟରେ ବୁଝାଇବା ପରେ ପୁଣିଥରେ ବିବାହ କର୍ମ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri