ଏଇ ଭାରତରେ

ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଏବେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ରାସ୍ତାରେ ଗାଡ଼ି ଚଳାଇବା ସମୟରେ ହେଲମେଟ୍‌ ପିନ୍ଧିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଘରେ ଘରେ ପହଞ୍ଚିଥିବା ମନେହେଉଛି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ମିରଟର ଏକ ବିବାହ ଉତ୍ସବରେ। ମୁଖ୍ୟମନ୍ତ୍ରୀ ସାମୂହିକ ବିବାହ ଯୋଜନାରେ ଜଣେ ଝିଅ ବାଇକ୍‌ରେ ବିଦାହୋଇଛନ୍ତି। ବାହା ହୋଇ ଶାଶୁଘର ଯିବା ପୂର୍ବରୁ ନବବିବାହିତା କନ୍ୟା ବରକୁ ହେଲମେଟ୍‌ ପିନ୍ଧାଇବା ପରେ ଗାଡ଼ିରେ ବସିଛନ୍ତି। ସ୍ଥାନୀୟ ଆଶୀର୍ବାଦ ରିସର୍ଟରେ ଏକ ସାମୂହିକ ବିବାହରେ କନ୍ୟା ନଜ୍‌ମାଙ୍କ ବିବାହ ବର ନଦିମ୍‌ଙ୍କ ସହିତ ହୋଇଥିଲା। ବିବାହ ପରେ ନଜ୍‌ମାଙ୍କୁ ନେବାକୁ ନଦିମ୍‌ ବାଇକ୍‌ ଧରି ପହଞ୍ଚିଥିଲେ। ତେବେ ନଜ୍‌ମା ବାଇକ୍‌ରେ ବସିବା ପୂର୍ବରୁ ନଦିମ୍‌ଙ୍କୁ ହେଲମେଟ୍‌ ପିନ୍ଧାଇଥିଲେ। ଦୁଇଚକିଆ ମୋଟରଗାଡି ଚଳାଇବା ପୂର୍ବରୁ ହେଲ୍‌ମେଟ୍‌ ପିନ୍ଧିବା ଯେ ନିହାତି ଆବଶ୍ୟକ ତାହା ନବବିବାହିତ କନ୍ୟା ନିଜ କାର୍ଯ୍ୟ ମାଧ୍ୟମରେ ଜଣାଇ ଦେଇଛନ୍ତି। ଏହି ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri